ସମ୍ଭାବ୍ୟ ବନ୍ୟା ଆଶଙ୍କା : ମୁକାବିଲା ପାଇଁ ପ୍ରଶାସନ,ଜଳସମ୍ପଦ ବିଭାଗ ପ୍ରସ୍ତୁତ

ଭଞ୍ଜନଗର,୮।୮(ଡି.ଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗର ଉପଖଣ୍ଡରେ ପଡିବା ସମ୍ଭାବନା ରହିଛି। ତେଣୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର ଭଞ୍ଜନଗରରେ ବର୍ଷା ଲାଗି ରହିଛି। ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିନାହିଁ। ଜଳଭଣ୍ଡାର ଗୁଡିକରେ ବହୁତ କମ୍‌ ପାଣି ଥିବାରୁ ପାଣି ମଧ୍ୟ ଛଡାଯାଉନାହିଁ। ବର୍ଷା ଜଳ ହିଁ ବର୍ତ୍ତମାନ ଉପରମୁଣ୍ଡରୁ ଆସୁଛି। ଭଞ୍ଜନଗର ଜଳଭଣ୍ଡାରରେ ୫୭୦୦ ହେକ୍ଟୋମିଟର ଜଳଧାରଣ କ୍ଷମତା ଥିବାବେଳେ ବୁଧବାର ଅପରାହ୍ନ ୨ଟା ସୁଧା ୩୫୦୦ ହେକ୍ଟୋମିଟର ପାଣି ଅଛି। ମଙ୍ଗଳବାର ସନ୍ଧ୍ୟା ୬ଟାରୁ ବୁଧବାର ସକାଳ ୬ଟା ମଧ୍ୟରେ ଭଞ୍ଜନଗରରେ ୧୧୦ ମିଲିମିଟର ବର୍ଷା ହୋଇଛି। ସେହିଭଳି ଡହରେ ୯୦ ମିଲିମିଟର, ସୋରିଷମୂଳି ୭୧, ମାଧବରିଡା ୧୨୩, ଖଣ୍ଡରାବଳି ୧୩୦ରେ ମିଲିମିଟର ବର୍ଷା ହୋଇଛି। ସାମ୍ଭାବ୍ୟ ବନ୍ୟା ଆଶଙ୍କାକୁ ଦେଖି ଜଳସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ବାଲିବସ୍ତା ମହଜୁଦ୍‌ ରଖାଯାଇଛି। ପ୍ରଶାସନ ପକ୍ଷରୁ ରାଜସ୍ବ ବିଭାଗ କର୍ମଚାରୀମାନେ ଗ୍ରାମାଞ୍ଚଳ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ବନ୍ୟା ହେଲେ ଲୋକଙ୍କୁ କିଭଳି ସୁରକ୍ଷିତ ସ୍ଥାନକୁ ଆଣି ଖାଦ୍ୟ ଯୋଗାଇ ଦିଆଯିବ ସେନେଇ ଯୋଜନା କରାଯାଇଛି। ଏଥିସହ ବିଦ୍ୟାଳୟ ଗୁଡିକୁ ଆଜି ଜିଲା ପ୍ରଶାସନ ପକ୍ଷରୁ ଛୁଟି କରିଦିଆଯାଇଛି। ଭଞ୍ଜନଗରର ଅଧିକାଂଶ ଘରୋଇ ଶିକ୍ଷାନୁଷ୍ଠାନ ଖୋଲା ରହିଥିଲା। ଫନୀରେ ବେଲଗୁଣ୍ଠା ବ୍ଲକ ଧୁମୁଛାଇ ପଞ୍ଚାୟତର କିଛି ରାସ୍ତା କ୍ଷତିଗ୍ରସ୍ତ ହୋଇଥିଲା। ସେଥିମଧ୍ୟରୁ ପାଟୁଳିସାହି ଗ୍ରାମ ନିକଟ ଏକ ମାଟି ରାସ୍ତା ମରାମତି ହୋଇପାରିନାହିଁ। ପୁଣି ବନ୍ୟା ଆଶଙ୍କା ଦେଖାଦେବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ଏନେଇ ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ନୀହାର ରଞ୍ଜନ ସାମନ୍ତରାୟଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିନାହିଁ। ଜଳଭଣ୍ଡାର ଗୁଡିକରେ ପାଣି କମ୍‌ ଅଛି। ତଥାପି ସାମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri