ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ଓ ମକ୍‌ ଡ୍ରିଲ ନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ଉକ୍ତ ବୈଠକରେ ଅତିରିକ୍ତ ଜିଲାପାଳ ରମାକାନ୍ତ ସେଠୀ ଅଧ୍ୟକ୍ଷତା କରିଥିଲେ । ଅତିରିକ୍ତ ଜିଲାପାଳ ସେଠୀ ବନ୍ୟା ପ୍ରସ୍ତୁତି ପାଇଁ ଜିଲାରେ ରହିଥିବା ଭିତ୍ତିଭୂମି ସମ୍ପର୍କରେ ସମୀକ୍ଷା କରିବା ସହିତ ଉପସ୍ଥିତ ଅଧିକାରୀ ଓ ସ୍ବେଛାସେବୀ ସଙ୍ଗଠନର କର୍ମକର୍ତ୍ତାମାନଙ୍କୁ ଆଗୁଆ ପ୍ରସ୍ତୁତି ନେଇ ସତର୍କ କରାଇଥିଲେ । ବନ୍ୟାରେ ବିଶେଷ ଭାବେ କଣ୍ଟାମାଳ ଓ ହରଭଙ୍ଗା ବ୍ଲକର ଅନେକ ଗ୍ରାମ ପ୍ରତିବର୍ଷ କ୍ଷତିଗ୍ରସ୍ତ ହେଉଛି । ସେହି ଅଞ୍ଚଳ ଗୁଡିକରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଜିଲାରେ ଥିବା ବନ୍ୟା ଆଶ୍ରୟସ୍ଥଳୀଗୁଡିକୁ ପ୍ରସ୍ତୁତ ରଖାଯିବା ସହିତ ସେଠାରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ଆବଶ୍ୟକତାକୁ ନେଇ ଗ୍ରାମାଞ୍ଚଳରେ ଥିବା ବିଦ୍ୟାଳୟ (ଛାତଘର) ଗୁଡିକୁ ମଧ୍ୟ ବନ୍ୟା ଆଶୟସ୍ଥଳୀ ଭାବେ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଥିଲା। ସାପ କାମୁଡା ଭଳି ଇଞ୍ଜେକ୍ସନ ଓ ଜରୁରୀ ଓଷଧ ମହଜୁଦ ରଖିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ସମ୍ଭାବିତ ବନ୍ୟାର ମୁକାବିଲା ପାଇଁ ବ୍ଲକ ଓ ଜିଲାସ୍ତରରେ ସଚେତନତା ସଭା କରି ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ସେଥିରେ ସାମିଲ କରିବା ପାଇଁ କୁହାଯାଇଥିଲା । ବନ୍ୟା ସମୟରେ ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ଓ ଓଡ୍ରାଫ ଦଳ ଦ୍ୱାରା ମକ୍‌ ଡ୍ରିଲ ମାଧ୍ୟମରେ କୌଶଳ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହା ଆସନ୍ତା ୧୯ ତାରିଖରେ କରାଯିବ। ବୈଠକରେ ତିନି ବ୍ଲକର ବିଡିଓ, ତହସିଲଦାର, ଏନଏସି ନିର୍ବାହୀ ଅଧିକାରୀ, ଶିକ୍ଷା ବିଭାଗ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, ଆଇଆରବି ୫ମ ବାଟାଲିୟନର ଅଧିକାରୀ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ଅଧିକାରୀ ଏବଂ ସ୍ବେଛାସେବୀ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri