ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ ହେଲେ ସମୁଦ୍ର ଚିଲିକା ଓ ନଦୀ ଉପକୂଳ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଓଡ୍ରାଫ୍‌, ଅଗ୍ନିଶମ ଓ ପୋଲିସକୁ ସଜାଗ ରଖାଯାଇଛି। ବିଡିଓ, ତହସିଲଦାର ଏଥିପ୍ରତି ନଜର ରଖିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯିବା ଲାଗି ବାରଣ କରାଯାଇଛି। ବିଶେଷକରି ସମୁଦ୍ର ଉପକୂଳବର୍ତ୍ତୀ ଛତ୍ରପୁର, ଗଞ୍ଜାମ, ଚିକିଟି ଓ ରଙ୍ଗେଇଲୁଣ୍ଡା ବ୍ଲକ ଏବଂ ଚିଲିକା ଉପକୂଳବର୍ତ୍ତୀ ଖଲ୍ଲିକୋଟ ବ୍ଲକ ପ୍ରତି ସ୍ବତନ୍ତ୍ର ନଜର ରଖିବାକୁ କୁହାଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଚାଳନା ସହ ସମ୍ଭାବ୍ୟ ବାତ୍ୟା ପୂର୍ବ ଓ ପରେ କିଭଳି ଉଭୟ କାମ ଠିକ୍‌ ଭାବେ ତ୍ୱରାନ୍ବିତ ହେବ ସେ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ପ୍ରଶାସନ ପକ୍ଷରୁ ପାନୀୟ ଜଳ, ବିଦ୍ୟୁତ୍‌, ଖାଦ୍ୟ ବ୍ୟବସ୍ଥା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri