ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ଲୋକାର୍ପିତ; ସ୍ବାସ୍ଥ୍ୟସେବାରେ ଓଡ଼ିଶାବାସୀଙ୍କୁ ବିଶେଷ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ଦ୍ୱାରା ଶନିବାର ଅତ୍ୟାଧୁନିକ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର(ସମ୍ମମ୍‌) ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ହସ୍ପିଟାଲକୁ ଲୋକାର୍ପିତ କରିଥିଲେ। ମୁଖ୍ୟମନ୍ତ୍ରୀ ସୋଆର ନୂତନ ପଦକ୍ଷେପକୁ ପ୍ରଶଂସା କରିବା ସହ ଏହି ହସ୍ପିଟାଲ ଓଡ଼ିଶା ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଏକ ବିଶେଷ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା କହିଥିଲେ ଯେ, ଦେଶରେ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି ସରକାରୀ ଭିତ୍ତିଭୂମି ପର୍ଯ୍ୟାପ୍ତ ନୁହେଁ। ଏ କ୍ଷେତ୍ରରେ ଘରୋଇ ଉଦ୍ୟୋଗୀମାନଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ବେସରକାରୀ ଅନୁଷ୍ଠାନଗୁଡ଼ିକର ସହଯୋଗର ଆବଶ୍ୟକତା ରହିଛି ବୋଲି ଶାହା କହିଥିଲେ। ଅନ୍ୟତମ ଅତିଥି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ ଯେ, ଏହି ହସ୍ପିଟାଲ ପୂର୍ବ ଭାରତର ଅନ୍ୟତମ ବୃହତ ହସ୍ପିଟାଲରେ ପରିଣତ ହେବ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିଲେ। ସମ୍ମମର ସିଇଓ ଡା. ଶ୍ୱେତପଦ୍ମା ଦାଶ କହିଥିଲେ ଯେ, ଏହି ହସ୍ପିଟାଲରେ ଡାକ୍ତରୀ ଶିକ୍ଷା ଏବଂ ଗବେଷଣା ଉପରେ ଗୁରୁତ୍ୱ ଦିଆଯିବ। ସମ୍ମମ୍‌ ଏଭଳି ଏକ ପ୍ଲାଟଫର୍ମ ହେବ, ଯେଉଁଠାରେ ଆମେ ସମାଜର ସମସ୍ତ ବର୍ଗଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇପାରିବୁ। ଏହି ଆଶା ଓ ଆବେଗକୁ ପାଥେୟ କରି ଆମେ ରୋଗୀଙ୍କୁ ଉତ୍ତମଧରଣର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଉଦ୍ୟମ କରିବୁ ବୋଲି ସିଇଓ କହିଛନ୍ତି। ଲୋକାର୍ପଣ ଉତ୍ସବରେ ସୋଆ ସଭାପତି ପ୍ରଫେସର ଡ. ମନୋଜରଞ୍ଜନ ନାୟକ ଉପସ୍ଥିତ ରହି ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

‘ସମ୍ମମ୍‌’ରେ ୧୪ଟି ମଡ୍ୟୁଲାର ଓଟି ସହିତ ଟ୍ରମା ଆଇସିୟୁ ତଥା ଆନ୍ତର୍ଜାତିକ ଜ୍ଞାନକୌଶଳ ପର୍ଯ୍ୟବସିତ ପେଟ୍‌ ସିଟି ସ୍କାନ୍‌, ଥ୍ରୀ ଟେଲସା ଏମଆରଆଇ ଏବଂ ଏଚଡିଆର୍‌ ବ୍ରାଭୋସ୍‌ ବ୍ରାକିଥେରାପି ଭଳି ଅତ୍ୟାଧୁନିକ କ୍ୟାନ୍‌ସର ଚିକିତ୍ସାର ବ୍ୟବସ୍ଥା କରାଯାଇଛି। ପ୍ରାୟ ୩୦ଟି ସ୍ପେଶିଆଲିଟି କ୍ଷେତ୍ରରେ ଚିକିତ୍ସା ଯୋଗାଇ ଦେବା ନିମନ୍ତେ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri