ସରକାରଙ୍କ ଆଶ୍ୱାସନା: ୮୦% କରୋନା ସଂକ୍ରମିତ ଆପଣାଛାଏଁ ହେବେ ସୁସ୍ଥ; ୫%ଙ୍କୁ କରାଯିବ ହସ୍ପିଟାଲରେ ଭର୍ତ୍ତି; ଆଖିବୁଜା ହେବନି ନମୁନା ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣର ମୁକାବିଲା ନେଇ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ମର୍ମରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବହିର୍ବ୍ୟାପାର ମନ୍ତ୍ରଣାଳୟ ଏବଂ ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡ଼ିକାଲ ରିସର୍ଚ୍ଚ(ଆଇସିଏମ୍‌ ଆର୍‌) ପକ୍ଷରୁ ଆୟୋଜିତ ଏକ ମିଳିତ ଗଣମାଧ୍ୟମ ସମ୍ମଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଏହାଦ୍ୱାରା ଆତଙ୍କିତ ଲୋକଙ୍କୁ ଆଶ୍ୱାସନା ମିଳିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଆଇସୋଲେଶନ୍‌ ଏବଂ କ୍ୱାରାଣ୍ଟାଇନ୍‌ ଉପଯୁକ୍ତ ମାଧ୍ୟମ ବୋଲି ଉପସ୍ଥିତ ଅଧିକାରୀ ସୂଚନା ଦେଇଛନ୍ତି। ୧୪ ଦିନ ଆଇସୋଲେଶନ୍‌ରେ ରହିଲେ ପ୍ରାୟ ୮୦ ପ୍ରତିଶତ ସଂକ୍ରମିତ ଆପଣାଛାଏଁ ସୁସ୍ଥ ହୋଇ ଯାଇଥାନ୍ତି। ତେବେ ୫ ପ୍ରତିଶତ ସଂକ୍ରମିତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଥାଏ। ସେହିପରି କୌଣସି ଲକ୍ଷଣ ପ୍ରକାଶ ପାଇଲେ ନମୁନା ଯାଞ୍ଚ୍‌ କରାଯିବା ଉପରେ ଅଧିକାରୀ ଗୁରୁତ୍ୱାରୋପ କରିଛନ୍ତି। ବିନା ଲକ୍ଷଣରେ ହସ୍ପିଟାଲରେ ଅଯଥା ଭିଡ଼ ଜମାଇବା ଅନାବଶ୍ୟକ। କରୋନା ସଂକ୍ରମିତଙ୍କ ଛେପରୁ ସଂକ୍ରମଣ ହେଉଥିବା ଆଇସିଏମ୍‌ଆର୍‌ ମହାନିର୍ଦ୍ଦେଶକ ବଳରାମ ଭାର୍ଗବ ସୂଚନା ଦେଇଛନ୍ତି। ଏହା ବାୟୁରେ ସଂକ୍ରମିତ ହୋଇ ନ ଥାଏ ବୋଲି ସେ କହିଛନ୍ତି। ଭାରତରେ ପ୍ରତି ସପ୍ତାହରେ ୬୦-୭୦ ହଜାର ଲୋକଙ୍କ ନମୁନା ଯାଞ୍ଚ୍‌ ହୋଇପାରିବା ଭଳି ସୁବିଧା ରହିଛି। ତେବେ ନମୁନା ଯାଞ୍ଚ୍‌ ପାଇଁ ଇତିମଧ୍ୟରେ ୬୦ ଘରୋଇ ଲ୍ୟାବ୍‌ ପଞ୍ଜିକରଣ କରିଛନ୍ତି। ଆଖିବୁଜା ଭାବେ ନମୁନା ଯାଞ୍ଚ୍‌ କରାଯିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri