ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ ଏହି କ୍ଷତିପୂରଣ ବାବଦକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ମିଳିବା ଦରକାର ବୋଲି କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରିଜ୍‌ (ସିଆଇଆଇ) ଓଡ଼ିଶା ଶାଖା ପକ୍ଷରୁ କୁହାଯାଇଛି।
ସିଆଇଆଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ରାଜୀବ କୁମାର ଏ ସମ୍ପର୍କିତ ଏ ସୁଚିନ୍ତିତ ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟରେ ରଖିଛନ୍ତି। ରାଜ୍ୟର ଅଣସଙ୍ଗଠିତ ସ୍ତରରେ କାର୍ଯ୍ୟରତ ସଂସ୍ଥାଗୁଡ଼ିକର ସୁରକ୍ଷା ଉପରେ ବିଶେଷ ଦୃଷ୍ଟି ଦେବାକୁ କୁହାଯାଇଛି। ଏହି କ୍ଷେତ୍ରରେ ସର୍ବନିମ୍ନସ୍ତରରେ ରହିଥିବା ବ୍ୟକ୍ତିବିଶେଷଙ୍କୁ ସିଧାସଳଖ ଟଙ୍କା ପ୍ରଦାନ କରିବା ନେଇ କୁହାଯାଇଛି। ବିଭିନ୍ନ ଶିଳ୍ପସଂସ୍ଥାକୁ ବିଭିନ୍ନ ଋଣ ବାବଦକୁ ସବ୍‌ସିଡି, ସୁଧ ଛାଡ଼ ପାଇଁ ମଧ୍ୟ ସିଆଇଆଇ ଦାବି କରିଛି। ବିଭିନ୍ନ ସଂସ୍ଥାକୁ ଲକ୍‌ଡାଉନ ପରେ ବ୍ୟବସାୟିକ ବ୍ୟାଙ୍କ୍‌ଗୁଡ଼ିକ ପକ୍ଷରୁ ୱାର୍କିଂ କ୍ୟାପିଟାଲ ଯୋଗାଣ ଲାଗି ସରକାର ପଦକ୍ଷେପ ନିଅନ୍ତୁ ବୋଲି ପ୍ରସ୍ତାବ ଦିଆଯାଇଛି। ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍‌କୁ ପ୍ରାଥମିକ ଗୁରୁତ୍ୱ ଦେବା, ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକୁ ମାସ୍କ ଏବଂ ଫେସ୍‌ କଭର ପ୍ରସ୍ତୁତି ନେଇ ପ୍ରୋତ୍ସାହିତ କରାଯାଉ। ଓର୍‌ମାସ୍‌ ସାହାଯ୍ୟରେ ଏହାର ବିକ୍ରି ପାଇଁ ପଦକ୍ଷେପ ନିଆଯାଉ। ଏସ୍‌ଏଚ୍‌ଜି ଦ୍ୱାରା ଫିନାଇଲ୍‌ ଏବଂ ହ୍ୟାଣ୍ଡୱାଶ ଭଳି ଉତ୍ପାଦ ପ୍ରସ୍ତୁତି କରି ବଜାରକୁ ଛଡାଯିବା ନେଇ ପ୍ରସ୍ତାବ ରହିଛି। କୌଣସି ଉତ୍ପାଦ ପ୍ରସ୍ତୁତି ପାଇଁ ଆବଶ୍ୟକ କଞ୍ଚାମାଲ ଦେଶବ୍ୟାପୀ ଯୋଗାଣରେ ସିଆଇଆଇ ସହାୟତା କରିବାକୁ ଆଗ୍ରହ ପ୍ରକାଶ କରିଛି। ଏହିସବୁ ବ୍ୟାପାର ସମୟରେ ବିଭିନ୍ନ ଆନ୍ତଃରାଜ୍ୟ ସୀମାରେ ଯେପରି କୌଣସି ଅସୁବିଧା ନ ହୁଏ, ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନିଅନ୍ତୁ। ଏଥିସହିତ କ୍ଷେତ୍ରସ୍ତରରେ ପୋଲିସ କର୍ମଚାରୀଙ୍କ ସହଯୋଗ ନେଇ ସିଆଇଆଇ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri