ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହେଉଛି। ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥର କଂଗ୍ରେସକୁ ହଟାଇ ଭାଜପା ମୁଖ୍ୟ ବିରୋଧୀ ଦଳ ଆସନରେ ବସିଛି। ଗତ ବିଧାନସଭା ଅଧିବେଶନଗୁଡିକରେ କଂଗ୍ରେସ ମୁଖ୍ୟ ବିରୋଧୀ ଦଳ ଭୂମିକା ତୁଲାଉଥିଲା। ଭାଜପା ସାମିଲ ହୋଇ କଂଗ୍ରେସକୁ ବଳ ଯୋଗାଉଥିଲା। ଏଥର ଅଧିବେଶନ ପୂର୍ବରୁ ରାଜନୈତିକ ଦୃଶ୍ୟପଟ୍ଟରେ ଭିନ୍ନ ପରିବେଶ ସୃଷ୍ଟି ହୋଇଛି। ଭାଜପା ଓ କଂଗ୍ରେସ ମଧ୍ୟରେ ତାଳମେଳ ନାହିଁ। ଚଳିତ ଅଧିବେଶନରେ ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାୟକ ବିରୋଧୀ ଦଳ ନେତା ମନୋନୀତ ହୋଇଛନ୍ତି । ସେ ନିଜ ଦଳର ସଦସ୍ୟ ଓ କଂଗ୍ରେସକୁ ସାଥିରେ ନେଇ କେତେଦୂର ଏହି ଗୁରୁଦାୟିତ୍ୱ ସମ୍ପାଦନ କରୁଛନ୍ତି ତାହା ଉପରେ ରହିଛି ସମସ୍ତଙ୍କ ନଜର।
ରାଜ୍ୟ ସଭା ନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବାକୁ ଘୋଷଣା କରିବା ପରେ ଉଭୟ ଭାଜପା ଓ ରାଜ୍ୟ ସରକାରଙ୍କୁ ଘେରିବାକୁ କଂଗ୍ରେସକୁ ମୌକା ମିଳିଯାଇଛି। ଗୃହରେ ଭାଜପାର ବିରୋଧୀ ଭୂମିକାକୁ ନେଇ ମଧ୍ୟ କଂଗ୍ରେସ ସନ୍ଦେହ ପ୍ରକାଶ କରିଛି। କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ବିଜେଡି ସହିତ ଖୋଲାଖୋଲି ବୁଝାମଣା କରିଥିବା ଭାଜପା ସରକାରକୁ କିପରି ଘେରିବ ତାହା ସହଜରେ ଅନୁମାନ କରାଯାଇ ପାରେ। ଚଳିତ ଅଧିବେଶନରେ କଂଗ୍ରେସ ରାଜ୍ୟ ସଭା ପ୍ରାର୍ଥୀ, ଧାନର ଅଭାବୀ ବିକ୍ରି, ଶିକ୍ଷା, ସ୍ବାସ୍ଥ୍ୟ ଆଦିକୁ ପ୍ରସଙ୍ଗ କରିବ। ମାତ୍ର ଭାଜପା ସ୍ବାସ୍ଥ୍ୟ, ଶିକ୍ଷା, ଧାନର ଅଭାବୀ ବିକ୍ରି, ଆଦିବାସୀ ପ୍ରସଙ୍ଗଗୁଡିକୁ ବିଧାନସଭାରେ ଉଠାଇବାକୁ ରଣନୀତି ପ୍ରସ୍ତୁତ କରିଥିବା ସୂଚନା ମିଳିଛି। ଅନ୍ୟ ପକ୍ଷରେ ବିଜେଡି ଏଥର ଆକ୍ରମଣାତ୍ମକ ଭୂମିକା ଛାଡିି ରକ୍ଷଣାତ୍ମକ ଭୂମିକା ଗ୍ରହଣ କରିବ। ପୂର୍ବରୁ ବିଜେଡି କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରି ବିରୋଧୀ ଦଳକୁ ଘେରୁଥିଲା। ତେବେ ଭାଜପା ପ୍ରାର୍ଥୀଙ୍କୁ ରାଜ୍ୟ ସଭା ନିର୍ବାଚନରେ ସମର୍ଥନ କରିବା ପରେ ବିଜେଡି ସେତେଟା ଆକ୍ରମଣାତ୍ମକ ମୁଡ୍‌ରେ ରହିବ ନାହିଁ ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri