ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର

ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚଆରସି) ମୁଖ୍ୟ ଶାସନ ସଚିବ ଏବଂ ଗୃହ ବିଭାଗ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଏକ ମାମଲାର ଶୁଣାଣି କରି କମିଶନ ଏହି ନିର୍ଦ୍ଦେଶ ଦେଇଛନ୍ତି। ଟ୍ରାଫିକ ପୋଷ୍ଟ ନିକଟରେ ମାନସିକ ଅନଗ୍ରସର ବ୍ୟକ୍ତି, ଯୁବତୀ ଏବଂ ମହିଳାମାନେ ପିଲାଙ୍କୁ କାଖରେ ଧରି ଭିକ୍ଷା ମାଗୁଥିବା ଦୃଶ୍ୟ ସହରାଞ୍ଚଳଗୁଡିକରେ ଏକ ସାଧାରଣ କଥାରେ ପରିଣତ ହେଲାଣି। ଭିକ୍ଷା ମାଗୁଥିବା ଅଧିକାଂଶ ମହିଳା ଓ ଯୁବତୀ ଓଡ଼ିଶାର ନୁହନ୍ତି। ସହର ମଧ୍ୟରେ ଏଭଳି ଅଜଣା ଲୋକମାନେ ଅନେକ ସମୟରେ ଦ୍ୱୈତ୍ୟ ନଗରୀରେ ଅପରାଧ କରିବାକୁ ପଛାଉ ନାହାନ୍ତି। ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଚିହ୍ନଟ କରି ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହି ଲୋକମାନଙ୍କୁ ଯାଞ୍ଚ କରି ସେମାନଙ୍କର ପ୍ରକୃତ ଠିକଣା ବିଷୟରେ ଅବଗତ ହେବା ଦରକାର। ଏଥିସହିତ ଯଦି ସେମାନେ ଅନ୍ୟ ରାଜ୍ୟର ହୋଇଥିବେ ତେବେ ସେମାନଙ୍କୁ ତାଙ୍କ ସ୍ଥାନକୁ ପଠାଇବାକୁ ବ୍ୟବସ୍ଥା କରିବାକୁ କମିଶନ ପରାମର୍ଶ ଦେଇଛନ୍ତି। ଏଭଳି ବୁଲୁଥିବା ଲୋକମାନଙ୍କ ବିଷୟରେ ଯାଞ୍ଚ କରିବା ଅତ୍ୟନ୍ତ ଜରୁରୀ। ସେହି ବ୍ୟକ୍ତିମାନେ ରାଜ୍ୟକୁ କେଉଁ ଉଦ୍ଦେଶ୍ୟରେ ଆସିଛନ୍ତି ତାହାକୁ ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦେଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri