ସରକାରୀ ଅଧିକାରୀଙ୍କୁ ଏଜିଙ୍କ ପରାମର୍ଶ: କୋର୍ଟକୁ ଉପଯୁକ୍ତ ପୋଷାକ ପିନ୍ଧି ଆସ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବାବେଳେ ସରକାରୀ ବାବୁମାନେ ପୋଷାକ ପ୍ରତି ଧ୍ୟାନ ଦେଉନାହାନ୍ତି। ଭଦ୍ରବ୍ୟକ୍ତି ଭାବେ ପୋଷାକ ପିନ୍ଧି ଆସୁ ନ ଥିବାରୁ ହାଇକୋର୍ଟ ବିଚାରପତିମାନେ କ୍ଷୁବ୍ଧ ହେଉଛନ୍ତି। ହାଇକୋର୍ଟଙ୍କ ଅସନ୍ତୋଷକୁ ଦେଖି ଆଡଭୋକେଟ ଜେନେରାଲ (ଏଜି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସରକାରୀ ଓକିଲ ରମାକାନ୍ତ ମହାପାତ୍ର ଡ୍ରେସ୍‌ କୋଡ୍‌ ପ୍ରତି ଧ୍ୟାନ ଦେବାକୁ ସମସ୍ତ ସରକାରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏ ନେଇ ସେ ନିକଟରେ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀଙ୍କୁ ଚିଠି ଲେଖି ଜଣାଇଛନ୍ତି। କୌଣସି ମାମଲାରେ ଅଫିସରମାନଙ୍କୁ ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ପଡିଲେ ସେମାନେ ଉପଯୁକ୍ତ ପୋଷାକ ପିନ୍ଧି ଆସିବା ଦରକାର ବୋଲି ଉକ୍ତ ଚିଠିରେ ଉଲ୍ଲେଖ ରହିଛି। କୋର୍ଟଙ୍କ ଡ୍ରେସକୋଡ ଅନୁଯାୟୀ ଅଫିସରମାନେ ପୋଷାକ ପିନ୍ଧି ଆସୁ ନ ଥିବାରୁ ଅନେକ ସମୟରେ ବିଚାରପତିମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଥିଯୋଗୁ ଓକିଲମାନଙ୍କୁ ମାମଲା ପରିଚାଳନାରେ ସମସ୍ୟା ସୃଷ୍ଟି ହେଉଛି। ଏହାଛଡ଼ା ଅଫିସରମାନେ ଅନେକ ସମୟରେ କୋର୍ଟରେ ନିର୍ଦ୍ଧାରିତ ସମୟରେ ସତ୍ୟପାଠ ଦାଖଲ କରୁନାହାନ୍ତି। ନିର୍ଦ୍ଧାରିତ ସମୟରେ ସତ୍ୟପାଠ ଦାଖଲ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସକାଶେ ଏଜି ମୁଖ୍ୟ ଶାସନ ସଚିବଙ୍କୁ ପରାମର୍ଶ ଦେଇଛନ୍ତି। ବିନା କାରଣରେ ଅନେକ ଅଧିକାରୀ ଠିକ୍‌ ସମୟରେ କୋର୍ଟରେ ସତ୍ୟପାଠ ଦାଖଲ କରୁ ନ ଥିବାରୁ କୋର୍ଟ ପ୍ରତିକୂଳ ରାୟ ଦେଉଛନ୍ତି। ପୋଷାକ ପିନ୍ଧାକୁ ନେଇ ୨୦୧୮ ମାର୍ଚ୍ଚରେ ସୁପ୍ରିମକୋର୍ଟ ରାଜସ୍ଥାନର ଜଣେ ବରିଷ୍ଠ ଅଧିକାରୀଙ୍କୁ ଭର୍ତ୍ସନା କରିଥିଲେ। ସେହିପରି ୨୦୧୭ରେ ମଧ୍ୟ ହିମାଚଳ ପ୍ରଦେଶ ହାଇକୋର୍ଟ ସରକାରୀ ଅଧିକାରୀଙ୍କୁ ଡ୍ରେସ କୋଡ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri