ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ମେଡ଼ିକାଲ, ଆର୍‌ଟିଓ ସମେତ ପ୍ରମୁଖ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ଦଲାଲମାନେ ଯେଉଁ କାର୍ଯ୍ୟ କରୁଥିଲେ ତାହା ସରକାରୀ କର୍ମଚାରୀମାନେ କେତେଦୁର ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କରୁଛନ୍ତି ତାହା ଦେଖିବା କଥା। ଯଦି କର୍ମଚାରୀମାନେ ବିନା ଦଲାଲରେ ଅଶିକ୍ଷିତ ଲୋକଙ୍କୁ ସାହାର୍ଯ୍ୟ ଯୋଗାଇ ଦେବେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ। ଏହିଭଳି ପରିସ୍ଥିତିରେ ଭଞ୍ଜନଗର ପୋଲିସ ଶୁକ୍ରବାର ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରେ ଚଢ଼ାଉ କରି ୪ ଦଲାଲଙ୍କୁ ଗିରଫ କରିଛି। ଚଢ଼ାଉ ଦେଖି ଅନ୍ୟ ଦଲାଲମାନେ ଦୌଡ଼ି ପଳାଇଥିଲେ। ଚଢ଼ାଉ ସମୟରେ କାର୍ଯ୍ୟାଳୟରେ ଆରଟିଓ ସମେତ ଆଉ କିଛି କର୍ମଚାରୀ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ପଡ଼ିଆରେ ଡ୍ରାଇଭିଙ୍ଗ୍‌ ପରୀକ୍ଷାରେ ବ୍ୟସ୍ତ ଥିଲେ। ଭଞ୍ଜନଗର ସହରର ଅନେକ ସରକାରୀ କାର୍ଯ୍ୟାଳୟରେ ଦଲାଲମାନଙ୍କ ପ୍ରାର୍ଦୁଭାବ ବଢ଼ିଯାଇଛି। ପୋଲିସ ଏମାନଙ୍କୁ କେତେଦୂର ଦମନ କରିବାରେ ସକ୍ଷମ ହେଉଛି ତାହା ସମୟ କହିବ। କିନ୍ତୁ ସରକାରଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପ୍ରଶାସନ ପକ୍ଷରୁ ଏହି ଯେଉଁ ପଦକ୍ଷେପ ନିଆଯାଇଛି ତାହା ସ୍ବାଗତଯୋଗ୍ୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri