ସରକାରୀ ଚାକିରି ଲାଗି ବୟସସୀମା ବୃଦ୍ଧି କରିବାକୁ ଦାବି

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରି କ୍ଷେତ୍ରରେ ବୟସସୀମା ୪୩ରୁ ୪୪ କରାଯାଉ। ଏହାଦ୍ୱାରା ବେକାରିମାନଙ୍କୁ ନିଯୁକ୍ତି ମିଳିପାରିବ। ଦୀର୍ଘ ବର୍ଷ ଧରି ଚାକିରି ଅପେକ୍ଷାରେ ଥିବା ପ୍ରାର୍ଥୀମାନେ ଉପକୃତ ହୋଇପାରିବେ। ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏହି ପ୍ରସଙ୍ଗ ଉଠାଇ କହିଥିଲେ ଯେ, ଗୋଆରେ ସରକାରୀ ଚାକିରି ଲାଗି ସର୍ବୋଚ୍ଚ ବୟସସୀମା ୪୫ କରାଯାଇଥିବା ବେଳେ ତେଲେଙ୍ଗାନାରେ ୪୪, ଉତ୍ତରପ୍ରଦେଶରେ ୪୦, ଆନ୍ଧ୍ରପ୍ରଦେଶରେ ୪୨, ରାଜସ୍ଥାନରେ ୪୦, ପଶ୍ଚିିମବଙ୍ଗରେ ୪୦ କରିଛନ୍ତି। ପିଲାମାନେ ବାପମା’ଙ୍କ ଉପରେ ବୋଝ ପାଲଟିଛନ୍ତି। ବେକାରିପିଲାଙ୍କ ନିଯୁକ୍ତି ଲାଗି ବୟସ ସୀମା ବଢ଼ାଇଲେ ନିଯୁକ୍ତି ମିଳିପାରିବ। ଓଡ଼ିଶା ଲୋକ ସଭା ଆୟୋଗ ଏହି ନିୟମରେ ସାଧାରଣବର୍ଗଙ୍କ ପାଇଁ ୩ଥର, ଓବିସିଙ୍କ ପାଇଁ ୭ଥର ଏବଂ ଏସ୍‌ସି ଏସ୍‌ଟିଙ୍କ ପାଇଁ କୌଣସି ବୟସ ସୀମା ଧାର୍ଯ୍ୟ କରିନାହାନ୍ତି। ଏହାକୁ ବୃଦ୍ଧି କରିବା ଲାଗି ସେ ଦାବି କରିଥିଲେ। ଏହାକୁ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ଭାଜପା ସଦସ୍ୟ ମୁକେଶ ମାହାଲିଂ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri