ସରକାରୀ ଜମି ଜବରଦଖଲ ବିବାଦ ତେଜିଲା:କାର୍ଯ୍ୟାନୁଷ୍ଠାନ ଦାବି

ଢେଙ୍କାନାଳ ଅଫିସ, ୧୧।୫- ଢେଙ୍କାନାଳ ତହସିଲ ଅଧୀନ ଭଗବାନପୁର ସୁନ୍ଦରିଖାଲ ନିକଟରେ ସରକାରୀ ଜାଗା ଜବରଦଖଲକୁ ନେଇ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଉଭୟ ଗୋଷ୍ଠୀ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରୁଥିବାବେଳେ ମାମଲା ଜଟିଳ ହେବାରେ ଲାଗିଛି। ପ୍ରଶାସନ ଏଥିରେ ହସ୍ତକ୍ଷେପ କରିବାକୁ ଉଭୟ ଗୋଷ୍ଠୀ ଦାବି  କରିଛନ୍ତି।

ସୂଚନାଯୋଗ୍ୟ, ମେ ୬ରେ ସରକାରୀ ଜାଗା ଜବରଦଖଲକୁ ନେଇ ଗ୍ରାମର ଗୋଟିଏ ଗୋଷ୍ଠୀ ଅପର ଗୋଷ୍ଠୀ ବିରୋଧରେ ରାସ୍ତାକୁ ଓହ୍ଲାଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉକ୍ତ ସମୟରେ ଦାବି ଉଠିଥିଲା। ଏହାର ଠିକ୍‌ ୪ଦିନ ପରେ ଭୂମିହୀନ ପ୍ରଜାସଂଘ ପକ୍ଷରୁ ଜିଲାରେ ଜମିମାଫିଆଙ୍କ ଆକ୍ରମଣ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ଜିଲାପାଳ ଏବଂ ଏସ୍‌ପିଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି। ସେହିପରି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଲାଞ୍ଚଖୋର କର୍ମଚାରୀଙ୍କ ଉପରକୁ ଆଙ୍ଗୁଠି ଉଠାଇଛି ସଂଘ।  କେତେଜଣ କର୍ମଚାରୀ ଜମିମାଫିଆଙ୍କ ହାତବାରିସି ସାଜି ବେଆଇନ କାର୍ଯ୍ୟକୁ ପ୍ରଶ୍ରୟ ଦେଉଥିବା କର୍ମକର୍ତ୍ତାମାନେ ଅଭିଯୋଗ କରିଛନ୍ତି, ଯାହା ତଦନ୍ତ ସାପେକ୍ଷ। ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ  ରୁଦ୍ରାନ୍ତ କୁମାର ଦଳେଇ, ପ୍ରଦ୍ୟୁମ୍ନ କୁମାର ନାୟକ, ଅନିଲ ରାଉତ, ପ୍ରଶାନ୍ତ ଜେନା, ଶୁଭଲକ୍ଷ୍ମୀ ସାହୁ, ରୀତା ନାଏକ ପ୍ରମୁଖ ବହୁ ଅଞ୍ଚଳବାସୀ ଜିଲାପାଳ ଓ ଏସ୍‌ପିଙ୍କୁ ଫେରାଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri