ସରକାରୀ ଡାକ୍ତରଖାନାକୁ ଦିଆଯିବ ବିଶ୍ୱସ୍ତରୀୟ ଡାକ୍ତରୀ ଯନ୍ତ୍ରପାତି: ନିର୍ଦ୍ଧାରିତ ସମୟରେ ନ ଦେଲେ କମ୍ପାନୀ ହେବେ କଳା ତାଲିକାଭୁକ୍ତ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଡାକ୍ତରଖାନାଗୁଡ଼ିକ ଲାଗି ବିଶ୍ୱସ୍ତରୀୟ ଯନ୍ତ୍ରପାତି କିଣାଯିବ। ବିଶେଷଜ୍ଞ କମିଟିର ପରାମର୍ଶ କ୍ରମେ ଏହାକୁ କିଣିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଓଡ଼ିଶା ମେଡିକାଲ କର୍ପୋରେଶନର କାର୍ଯ୍ୟ ସମୀକ୍ଷା ଅବସରରେ ମନ୍ତ୍ରୀ ଦାସ କହିଛନ୍ତି, ଡାକ୍ତରୀ ସାଜ ସରଞ୍ଜାମ ଖରିଦ କ୍ଷେତ୍ରରେ ପୂର୍ବ ଧାରାରେ ପରିବର୍ତ୍ତନ କରାଯିବ। କୌଣସି ସାମଗ୍ରୀ କିଣାଯିବା ସମୟରେ ତାହାର ‘ଭେରିଫିକେଶନ୍‌’ ବଦଳରେ ଏହା କେତେ ଆଧୁନିକ ତାହା ଅନୁଧ୍ୟାନ ହେବ। ଏହାପରେ ଟେଣ୍ଡରରେ କୃତକାର୍ଯ୍ୟ ହେଉଥିବା ସଂସ୍ଥା ଯେପରି ଧାର୍ଯ୍ୟ ସମୟରେ ତାହା ପ୍ରଦାନ କରିବେ ତାହା ଉପରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଛନ୍ତି। ଯଦି କୌଣସି ସଂସ୍ଥା ସାମଗ୍ରୀ ନ ଦେଇ ପାରିଲା ତେବେ ଉକ୍ତ କମ୍ପାନୀକୁ ‘କଳା ତାଲିକାଭୁକ୍ତ’ କରାଯିବ। ଫଳରେ ଉକ୍ତ କମ୍ପାନୀ ଭବିଷ୍ୟତରେ ସରକାରଙ୍କ ସହ କୌଣସି ବ୍ୟବସାୟ କରିପାରିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।

ଏହି ଅବସରରେ ମନ୍ତ୍ରୀ ସୁନେତ୍ର ଯୋଜନାର ସମୀକ୍ଷା କରିବା ସହ ଆଉ ୧୦ଟି ଜିଲାକୁ ଏହା ସମ୍ପ୍ରସାରିତ ହେବ। ଏପରିକି ଏହି ଯୋଜନାନୁଯାୟୀ ସମସ୍ତ ମେଡିକାଲ କଲେଜରେ ଛୋଟ ପିଲାଙ୍କ ଚକ୍ଷୁରେ ଲେଜର ଚିକିତ୍ସା କରିବାଲାଗି ନିଷ୍ପତ୍ତି ନିଆଯାଇଛି। ସେହିଭଳି ବର୍ଷା ଋତୁ ପରିପ୍ରେକ୍ଷୀରେ ଆଗାମୀ ତିନି ଚାରି ମାସ ପାଇଁ ରାଜ୍ୟରେ ଖାଦ୍ୟ ଓ ପାନୀୟ ଉପରେ ସତର୍କ ଦୃଷ୍ଟି ରଖିବା ଲାଗି ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ମେଡିକାଲ ନିଗମ ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡଙ୍ଗୀ, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ସୁଶୀଲ କୁମାର କରଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri