ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ପୋଲିସ ୭୨୦ ଲିଟର ଦେଶୀମଦ ଜବତ କରିଥିବା ଜଣାପଡ଼ିଛି। ଏଥିସହ ମଦଭାଟିରେ କାର୍ଯ୍ୟ କରୁଥିବା ୩ଜଣ କର୍ମଚାରୀଙ୍କୁ ଗିରଫ କରାଯାଇଛି ବୋଲି ଥାନା ଏସ୍‌ଆଇ ଜ୍ଞାନରଞ୍ଜନ ସେଠୀ ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ହେଲେ କେ. ନୂଆଗାଁ ଥାନା କୋଟିଲିଙ୍ଗି ଗାଁର ରତ୍ନାକର ସାହୁ, ଧାନ୍ୟରାଶି ଗାଁର ଗଣେଶ ନାଇକ ଓ ଗୋଳନ୍ଥରା ଥାନା ଲିମକୁଡିଆ ଗାଁର ପି. ସୋମନାଥ। ଗୁରୁବାର ଏହି ଅଭିଯୁକ୍ତଙ୍କୁ ପାତ୍ରପୁର କୋର୍ଟକୁ ଚାଲାଣ କରାଯାଇଛି ବୋଲି ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ରିତାଞ୍ଜଳୀ ନାୟକ କହିଛନ୍ତି। ସୂଚନାଯୋଗ୍ୟ, କରୋନା ପାଇଁ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଉକ୍ତ ସରକାରୀ ମଦଭାଟିକୁ ସିଲ କରାଯାଇଥିଲା। ମଦଭାଟି ପଟ୍ଟାଦାରଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତମାନେ ତାଲାରେ ପକାଯାଇଥିବା ସିଲ୍‌କୁ ଟ୍ୟାମ୍ପରିଂ କରି ବେଆଇନ ଭାବେ ଦେଶୀମଦ ପ୍ରସ୍ତୁତ ଓ ଚୋରା ଚାଲାଣ କରୁଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା ବୋଲି ଥାନା ଆଇଆଇସି ମାଧବାନନ୍ଦ ନାୟକଙ୍କ ପକ୍ଷରୁ ସୂଚନା ମିଳିଛି। ଏହାପରେ ଉକ୍ତ ମଦଭାଟି ଉପରେ ଅତର୍କିତ ଭାବେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ଚିକିଟି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଓ ଚିକିଟି ଏସ୍‌ଡିପିଓଙ୍କ ଉପସ୍ଥିତିରେ ୧୮ଟି ପ୍ଲାଷ୍ଟିକ ଜାର୍କିନରେ ଥିବା ଦେଶୀମଦ ଓ ଭଙ୍ଗା ଯାଇଥିବା ସିଲ୍‌ ତାଲାକୁ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?