ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ ନ ବ୍ୟାପିବା ନେଇ ରାଜ୍ୟ ସରକାରଙ୍କ କଟକଣାକୁ କିଛି ଲୋକ ହେୟ ମନେ କରୁଥିବା ବସ୍ତା ତଥା ଏହାର ଆଖପାଖ ଅଞ୍ଚଳରେ ଦେଖିବାକୁ ମିଳିଛି । ପୋଲିସ ପ୍ରଶାସନ ବାରମ୍ବାର ସଚେତନତା କରୁଥିଲେ ମଧ୍ୟ ପାଟ୍ରୋଲିଂ ଗାଡ଼ି ଚାଲିଯିବା ପରେ ପୂର୍ବଭଳି ଅବସ୍ଥା ରହୁଛି। ଏଭଳି ପରିସ୍ଥିତିରେ ଠିକାଦାରମାନେ ଶ୍ରମିକମାନଙ୍କୁ ନେଇ ସରକାରୀ ଓ ବେସରକାରୀ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। ସରକାରୀ କାର୍ଯ୍ୟାଳୟ ସବୁ ଏକରକମର କାମଚଳା ଭଳି ହେଉଥିବା ବେଳେ ଠିକାଦାରମାନେ ଶ୍ରମିକଙ୍କୁ କାର୍ଯ୍ୟରେ ଲଗାଇବା କେତେଦୂର ସମୀଚୀନ ବୋଲି ସାଧାରଣରେ ପ୍ରଶ୍ନ ଉଠୁଛି। ସେହିପରି ବର୍ତ୍ତମାନ ସମୟରେ ଅସାଧୁ ବ୍ୟବସାୟୀମାନେ କଳାବଜାର କରି ବେଶ୍‌ ଫାଇଦା ଉଠାଉଛନ୍ତି। ପନିପରିବା ଦର ମଧ୍ୟ ଆକାଶଛୁଆଁ ହୋଇଛି। ଘଣ୍ଟାକୁ ଘଣ୍ଟା ଦର ବୃଦ୍ଧି ଯୋଗୁ ଖାଉଟିମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଯୋଗାଣ ବିଭାଗ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri