Posted inଜାତୀୟ

ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୪।୭: ନିଶକୁ ନେଇ ଭାରତରେ ନାନା ପ୍ରକାର ବିଶ୍ୱାସ ପ୍ରଚଳିତ। କେତେକ ନିଶ ରଖିବାକୁ ସମ୍ମାନ ବୋଲି ମନେ କରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସମ୍ପୃକ୍ତ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ସ୍ଥାନୀୟ ଅଜମେର ସ୍ଥିତ ଶ୍ରୀନଗର ଉପଖଣ୍ଡରେ ଜୁଲାଇ ୭ରେ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଏକ ଭିଡ଼ିଓ କନଫରେନ୍ସି ବୈଠକ ଆୟୋଜନ ହୋଇଥିଲା। ଏଥିରେ ଉପସ୍ଥିତ ଥିବା ସାମାଜିକ ସୁରକ୍ଷା ଅଧିକାରୀ ବିଶାଲ ସୋଲାଙ୍କି ବୈଠକ ଚାଲିଥିବା ସମୟରେ ବାରମ୍ବାର ନିଜ ନିଶରେ ହାତ ମାରିଥିଲେ। ବୈଠକରେ ଉପସ୍ଥିତି ଥିବା ଅନ୍ୟ ବରିଷ୍ଠ ଅଧିକାରୀ ବିଶାଲଙ୍କୁ ଏପରି ନ କରିବାକୁ କହିଥିଲେ। ତେବେ ବିଶାଲ ଏପରି କରିଚାଲିଥିଲେ। ଏନେଇ ଅଭିଯୋଗ ହେବାପରେ ସମ୍ପୃକ୍ତ ବିଭାଗର ଉପ ନିର୍ଦ୍ଦେଶକ ଜୟ ପ୍ରକାଶ ଏବେ ବିଶାଲଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ସେ କାହିଁକି ନିଶରେ ବାରମ୍ବାର ହାତ ମାରୁଥିଲେ ବୋଲି ନୋଟିସ୍‌ରେ ପ୍ରଶ୍ନ କରାଯାଇଛି। ଏହିି ନୋଟିସ୍‌କୁ ନେଇ ଏଠାରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri