ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ଆରମ୍ଭ ହୋଇଥିବା ‘ସୋସିଆଲି ସ୍ମାର୍ଟ ପ୍ରୋଜେକ୍ଟ’କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମୁଖ୍ୟ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସହରର ଉନ୍ନତୀକରଣ ପାଇଁ ଆବଶ୍ୟକ ବିଭିନ୍ନ କ୍ଷେତ୍ର ଉପରେ ଆଲୋଚନା ହୋଇଥିଲା। ସରକାରଙ୍କ ଦ୍ୱାରା ଲୋକଙ୍କୁ ଯୋଗାଇ ଦିଆଯାଉଥିବା ସମସ୍ତ ଯୋଜନାଗୁଡ଼ିକର ଲାଭ ସେମାନେ କିପରି ଉଠାଇ ପାରିବେ ସେ ବିଷୟରେ ସେମାନେ ଜାଣିବା ଓ ସଚେତନ ହେବା ଆବଶ୍ୟକ ବୋଲି ଉପସ୍ଥିତ ବିଏମ୍‌ସି ଓ ବିଏସ୍‌ସିଏଲ ଅଧିକାରୀମାନେ ମତପ୍ରକାଶ କରିଥିଲେ। ବିଏମ୍‌ସି ଅତିରିକ୍ତ ଆୟୁକ୍ତ ଶ୍ରୀମନ୍ତ ମିଶ୍ର, ବିଏମ୍‌ସି ଅତିରିକ୍ତ ଆୟୁକ୍ତ ସଂଘମିତ୍ରା ବେହେରା, ବିଏସ୍‌ସିଏଲ ସାମାଜିକ ପ୍ରକଳ୍ପ ପରିଚାଳକ ଦୀପ୍ତିରାଣୀ ସାହୁ ପ୍ରମୁଖ ଉପସ୍ଥିତ ରହି ଉପରୋକ୍ତ ମତ ଦେଇଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସୋସିଆଲି ସ୍ମାର୍ଟ ପ୍ରୋଜେକ୍ଟରେ ୨୬ଟି ଓ୍ବାର୍ଡରେ ନିୟୋଜିତ ପ୍ରଗତିସାଥୀ, ଗୋଷ୍ଠୀ ସଙ୍ଗଠକ, ସାନିଟାରୀ ଇନ୍ସପେକ୍ଟର ଓ ଓ୍ବାର୍ଡ ଅଫିସରମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଅଧିକାରୀମାନେ ସେମାନଙ୍କ ମତାମତ ଗ୍ରହଣ କରିଥିଲେ। ଉଲ୍ଲେଖଥାଉ କି, ବସ୍ତିବାସିନ୍ଦାମାନଙ୍କୁ ସାମାଜିକ ଭାବେ ଉନ୍ନତି ଓ ବିକଶିତ କରିବା ଲାଗି ବିଏସ୍‌ସିଏଲ ପକ୍ଷରୁ ବିଭିନ୍ନ କାର୍ଯ୍ୟ ହାତକୁ ନିଆଯାଇଛି। ସେମାନଙ୍କୁ ସମସ୍ତ ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ହିଁ ପ୍ରଗତିସାଥୀମାନଙ୍କୁ ନିୟୋଜିତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ସେମାନେ ବସ୍ତିରେ ବହୁ ସଚେତନତା ମୂଳକ କାର୍ଯ୍ୟ କରିବା ସହ ଫନୀ ପରେ ଗଛ କାଟିବା ଓ ଉଠାଇବା କାର୍ଯ୍ୟ ମଧ୍ୟ କରିଛନ୍ତି। ଏଥିସହ ଗୋଷ୍ଠୀ ସଙ୍ଗଠକମାନଙ୍କ ସହ ମିଶି ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ସ୍ବଚ୍ଛ ଓ ସୁସ୍ଥ ରହିବା ନେଇ ଶିକ୍ଷା ଦେଉଛନ୍ତି। ଏ ନେଇ ସେମାନେ ପଥପ୍ରାନ୍ତ ନାଟକ ମଧ୍ୟ ପରିବେଷଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri