ସରକାରୀ ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ରୀ

ବନ୍ତ, ୨୭।୧୦(ଡି.ଏନ୍‌.ଏ.)-ଭିନ୍ନକ୍ଷମ ପ୍ରମାଣପତ୍ରରେ ତଥ୍ୟଗତ ତ୍ରୁଟି ରହିବା ଯୋଗୁ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ସୁରେଶ ଚନ୍ଦ୍ର ଦ୍ୱିବେଦୀଙ୍କ ଝିଅ ବର୍ଷାରାଣୀ(୧୩) ସରକାରୀ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ସେ ଏବେ ନିଳୋକ ହରିହର ନୋଡାଲ ଉ.ପ୍ରା. ବିଦ୍ୟାଳୟରେ ୭ମ ଶ୍ରେଣୀରେ ପାଠ ପଢୁଛନ୍ତି। ଜନ୍ମରୁ କଥା କହିପାରୁ ନ ଥିବା ଏବଂ ସ୍ମୃତିଶକ୍ତି ହରାଇଥିବା ବର୍ଷାଙ୍କ ଭିନ୍ନକ୍ଷମ ପ୍ରମାଣପତ୍ରର ଆଇଡି ନମ୍ବର ଓଡି ୦୯୧୦୧୨୦୦୬୦୦୬୮୬୫୩। ଏହାର ଡେଟ୍‌ ଅଫ୍‌ ଇସ୍ୟୁ ୨୦୧୯ ଜାନୁୟାରୀ ୨୨ ତାରିଖ ଥିବା ବେଳେ ଭାଲିଡିଟି ଡେଟ୍‌ ୨୦୧୬ ନଭେମ୍ବର ୪ ଉଲ୍ଲେଖ ରହିଛି ା ଫଳରେ ଉକ୍ତ କାର୍ଡ କୌଣସି ସରକାରୀ ସହାୟତା କାର୍ଯ୍ୟରେ ଲାଗୁନାହିଁ ା ଏନେଇ ବର୍ଷାଙ୍କ ବାପା ଗତ ୧୪ ତାରିଖରେ ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଅଭିଯୋଗ କରିଥିଲେ। ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ କୁହାଯାଇଥିଲା ା ସେଠାକୁ ସେ ଦୁଇ ଥର ଯାଇଥିଲେ ବି ଦାୟିତ୍ୱରେ ଥିବା କର୍ମଚାରୀ ତାଙ୍କ କାର୍ଡର କାର୍ଯ୍ୟକାଳ ପୂରି ଯାଇଥିବା କହି ଆଉ ଥରେ ଅନ୍‌ଲାଇନ୍‌ରେ ଆବେଦନ କରିବାକୁ କହିଛନ୍ତି। ଅନ୍‌ଲାଇନରେ ଆବେଦନ କରିବା ପରେ ମାସକ ତଳେ ପାଇଥିବା କାର୍ଡର କାର୍ଯ୍ୟକାଳ ପୂରିଯିବା ଘଟଣାରେ ବର୍ଷାଙ୍କ ବାପା ସୁରେଶ ପ୍ରତିକ୍ରିୟା ପ୍ରକାଶ କରି ପ୍ରଶାସନ ତ୍ରୁଟି ସୁଧାରିବା ପରିବର୍ତ୍ତେ ତାଙ୍କ ଭଳି ସାଧାରଣ ଲୋକଙ୍କୁ ହଇରାଣ କରୁଥିବା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଦୀପ କୁମାର ଖଟୁଆଙ୍କୁ ପଚାରିବାରୁ କହିଛନ୍ତି, ଗୋଟିଏ କାର୍ଡର ଭାଲିଡିଟି ଅତିକମ୍‌ରେ ୩ ବର୍ଷ ରହିବା କଥା। ତେବେ ଏଥିରେ ତ୍ରୁଟି ହୋଇଛି। ଏହାକୁ ସଂଶୋଧନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri