ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ ସରକାରୀ ଶିକ୍ଷାଦାନ ବ୍ୟବସ୍ଥାରେ ରହିଥିବା ତ୍ରୁଟି ସୁଧାରିବାକୁ ସରକାର ପ୍ରୟାସ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟବ୍ୟାପୀ ପ୍ରଥମ ଥର ଲାଗି ସମସ୍ତ ସ୍କୁଲରେ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ଭଲ ରେଜଲ୍ଟ କରିବା, ଛାତ୍ରୀଛାତ୍ରଙ୍କ ସଫଳତା ହାର କିପରି ବଢ଼ିବ, ପିଲାଙ୍କ ଉପସ୍ଥାନ ବୃଦ୍ଧି ସାଙ୍ଗକୁ ଉତ୍ତମ ଶିକ୍ଷା ଗ୍ରହଣରେ ମାତାପିତାଙ୍କ ଭୂମିକା କ’ଣ ରହିବା ଦରକାର, ସେ ସବୁ ବୈଠକରେ ଆଲୋଚନା ହୋଇଥିଲା। ରାଜଧାନୀର କ୍ୟାପିଟାଲ ହାଇସ୍କୁଲରେ ଅନ୍ୟ ସ୍କୁଲ ଭଳି ପିଲାଙ୍କ ମା’ବାପା ଏକାଠି ହୋଇଥିଲେ। ବୈଠକରେ ଦୀର୍ଘ ସମୟ ଧରି ଶିକ୍ଷୟିତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ମତ ବିନିମୟ ହୋଇଥିଲା। ବିଶେଷକରି ଉପସ୍ଥାନରେ ବାଧା ନ ପହଞ୍ଚିବା ଏବଂ ପିଲାଙ୍କୁ ସ୍କୁଲ ତଥା ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି ଲାଗି ମା’ବାପାଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟବୋଧ ସମ୍ପର୍କରେ ସଚେତନ କରାଯାଇଥିଲା। ଏହି କ୍ରମରେ ଖୋଦ୍‌ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଧ୍ୟ ପୁରୀ ଜିଲା ଗୋପ ବ୍ଲକର ଏକ ସ୍କୁଲରେ ଅନୁଷ୍ଠିତ ଶିକ୍ଷକ-ଅଭିଭାବକ ବୈଠକରେ ଯୋଗଦେଇ ଆଗକୁ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri