Posted inଜାତୀୟ

ସରକାରୀ ହସ୍ପିଟାଲରେ ମୃତକଙ୍କ ଆଖି ଖାଇଗଲେ ପିମ୍ପୁଡ଼ି: ୪ ଡାକ୍ତର ନିଲମ୍ବିତ

ଭୋପାଳ,୧୬।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରରେ ସ୍ବାସ୍ଥ୍ୟ ସେବା ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଶିବପୁରୀର ଜିଲା ହସ୍ପିଟାଲରେ ୫୦ ବର୍ଷ ବୟସ୍କ ଯକ୍ଷ୍ମା ରୋଗୀ ବାଲଚନ୍ଦ୍ର ଲୋଧୀଙ୍କ ମୃତଦେହ ୫ ଘଣ୍ଟା ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲା। ମୃତକଙ୍କ ଆଖିକୁ ପିମ୍ପୁଡ଼ି ଖାଇଦେଇଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ମୁଖ୍ୟମନ୍ତ୍ରୀ ଏହି ଘଟଣାର ଯାଞ୍ଚ୍‌ ନିର୍ଦ୍ଦେଶ ଦେବା ସହିତ ସ୍ବାସ୍ଥ୍ୟ ବିଭାଗକୁ ରିପୋର୍ଟ ତଲବ କରିଛନ୍ତି। ଏହି ଘଟଣାରେ ଜଣେ ସର୍ଜନଙ୍କ ସହିତ ୪ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି। ମଙ୍ଗଳବାର ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରାଯିବା ପରେ ଏହା ଭାଇରାଲ ହେବାରେ ଲାଗିଥିଲା। ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri