Posted inଅପରାଧ

ସରନଈ ଓଭରବ୍ରିଜ୍‌ ପାର୍ଶ୍ୱରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାଲୁଗାଁ,୧୬।୬(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ୧୬ନଂ ଜାତୀୟ ରାଜପଥର ବାଲୁଗାଁ ବାଇପାସ୍‌ ରାସ୍ତା ସରନଈ ଓଭରବ୍ରିଜ୍‌ ପାର୍ଶ୍ୱରୁ ଶନିବାର ସକାଳେ ଜଳୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ବାଲୁଗାଁ ପୋଲିସ ଉଦ୍ଧାର କରିଛି । ପାରିପାର୍ଶ୍ୱିକ ଅବସ୍ଥାରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ତଦନ୍ତରୁ ଜଣାଯାଇଛି। ଶୁକ୍ରବାର ରାତ୍ରରେ କୌଣସି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟା କରିବା ପରେ ମୃତଦେହ ଉପରେ ଟାୟାର ରଖି ପେଟ୍ରୋଲ୍‌ ଢାଳି ନିଁଆ ଲଗାଇ ଫେରାର ହୋଇଯାଇଛି । ମହିଳାଙ୍କ ଶରୀରର ପ୍ରାୟ ୮୦ପ୍ରତିଶତ ପୋଡ଼ି ଯାଇଥିବା ବେଳେ ଚିହ୍ନଟ କରିବା ସମ୍ଭବ ହୋଇପାରିନାହିଁ । ସେଠାରେ କିଛି ଚୁଡ଼ି ପଡ଼ିଥିବା ବେଳେ ତାହା ମହିଳାଙ୍କ ମୃତଦେହ ବୋଲି ପୋଲିସ ଜାଣିପାରିଛି । ମୃତା ମହିଳାଙ୍କ ବୟସ ଆନୁମାନିକ ୨୫ରୁ ୩୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଖବରନେବାରେ ଜଣାଯାଇଛି ଯେ, ବାଇପାସ୍‌ ରାସ୍ତା ନାଭାଲ ଛକର ଅନତି ଦୂର ସରନଈ ଓଭରବ୍ରିଜ୍‌ ପାର୍ଶ୍ୱ ଏକ ନିକାଞ୍ଚନ ସ୍ଥାନରେ ଶନିବାର ସକାଳେ ଏକ ମୃତଦେହ ଜଳୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଖବର ପାଇ ବାଲୁଗାଁ ଥାନା ଆଇଆଇସି ରମାକାନ୍ତ ମହାଲିକ୍‌ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ୍‌ ତଦନ୍ତ କରିଥିଲେ । ତଦନ୍ତରେ ମହିଳାଙ୍କୁ କେହି ହତ୍ୟା କରି ଏପରି କାଣ୍ଡ ଘଟାଇଥିବା ଜଣାପଡ଼ିଛି । ଏହି ଘଟଣା ପ୍ରଘଟ ହେବାରେ ଆଖପାଖ ଗ୍ରାମାଞ୍ଚଳରୁ ଶତାଧିକ ଲୋକ ରୁଣ୍ଡ ହୋଇଥିଲେ ା ମହିଳାଙ୍କ ମୁହଁ ବୀଭତ୍ସ ହୋଇଥିବାରୁ ଚିହ୍ନଟ କରିବା କଷ୍ଟକର ହୋଇଛି। ଅପରାହ୍ନରେ ୭ଜଣିଆ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରି ଫେରିଛନ୍ତି । ବାଲୁଗାଁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏନେଇ ନଂ ୬୧/୧୯ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri