ସରପଗଡ ଡ୍ୟାମ୍‌ରେ ୨ଟି ଗେଟ୍‌ ଦ୍ୱାରା ଜଳ ନିଷ୍କାସିତ

ଲେଫ୍ରିପଡା,୧୨।୯(ଡି.ଏନ.ଏ) -ଲଘୁଚାପଜନିତ ବର୍ଷାରେ ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ସରପଗଡ ଡ୍ୟାମ୍‌ରେ ପାଣି ଭର୍ତ୍ତି ହୋଇଛି। ଫଳରେ ଗୁରୁବାର ସକାଳେ ଦୁଇଗୋଟି ଗେଟ୍‌ ଖୋଲାଯାଇ ଇଛାନଦୀ ଦ୍ୱାରା ଜଳ ନିଷ୍କାସନ କରାଯାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୩୦୭.୫୦ମିଟର ରହିଥିବା ବେଳେ ବର୍ତ୍ତମାନ ୩୦୭.୪୮ମିଟରରେ ଜଳ ସ୍ଥିର ରଖାଯାଇଛି। ଡ୍ୟାମ୍‌ର ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ଉପରମୁଣ୍ଡରୁ ଡ୍ୟାମ୍‌ ଭିତରକୁ ୭.୯୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ଡ୍ୟାମ୍‌ର ଜଳଧାରଣ କ୍ଷମତାରୁ ଅତ୍ୟଧିକ ପାଣି ହେବାରୁ ସୁରକ୍ଷାକୁ ନେଇ ନଦୀଦ୍ୱାରା ୭.୯୪ କ୍ୟୁସେକ୍‌ ଜଳ ନିଷ୍କାସିତ କରାଯାଉଛି। ଯେତିକି ପାଣି ପ୍ରବେଶ କରୁଛି, ସେତିକି ବାହାର କରାଯାଉଥିବାରୁ ଜଳଭଣ୍ଡାର ଜଳସ୍ଥିର ରହିଛି ବୋଲି ସୁନ୍ଦରଗଡ ଜଳସମ୍ପଦ ବିଭାଗର ବିଭାଗୀୟ ଯନ୍ତ୍ରୀ ଅଶ୍ୱିନୀ କୁମାର ପଟେଲ ସୂଚନା ପ୍ରଦାନ କରିଛନ୍ତି। ବିଭାଗ ପକ୍ଷରୁ ପୂର୍ବରୁ ତଳିଆ ଅଞ୍ଚଳର ଜନସାଧାରଣଙ୍କୁ ସତର୍କ, ସଚେତନ କରାଯାଇ ଗେଟ୍‌ ଖୋଲାଯାଇଥିଲା। ଡ୍ୟାମ୍‌ରୁ ଜଳ ଛଡାଯିବା ଦୃଶ୍ୟ ଦେଖିବା ପାଇଁ ଅଞ୍ଚଳର ଜନସାଧାରଣଙ୍କ ବେଶ୍‌ ଗହଳି ଲାଗି ରହିଥିଲା। ଜଳ ନିୟନ୍ତ୍ରଣ ସକାଶେ ଜଳସମ୍ପଦ ବିଭାଗର ଉପନିର୍ବାହୀ ଯନ୍ତ୍ରୀ ରମେଶ ଚନ୍ଦ୍ର ପ୍ରଧାନ, ସହକାରୀ ଯନ୍ତ୍ରୀ ଅଶ୍ୱିନୀ କୁମାର ପଟେଲ, କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ସା ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?