ସରପଞ୍ଚ ଉପନିର୍ବାଚନକୁ ନେଇ ଉତ୍ତେଜନା: ଭୋଗରାଇ ବ୍ଲକ ପରିସର ରଣକ୍ଷେତ୍ର

ଭୋଗରାଇ,୨୮।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକ କାର୍ଯ୍ୟାଳୟ ପରିସର ବୁଧବାର ସନ୍ଧ୍ୟାରେ ରଣକ୍ଷେତ୍ର ପାଲଟିଛି। ବ୍ଲକ ଅଧୀନ ଶ୍ରଦ୍ଧାପୁର ଓ କସବାକମର୍ଦ୍ଦା ପଞ୍ଚାୟତରେ ସରପଞ୍ଚ ପଦ ପାଇଁ ପୂର୍ବାହ୍ନରେ ଉପନିର୍ବାଚନ ହୋଇଥିଲା। ମଧ୍ୟାହ୍ନ ୧୨ଟା ସମୟରେ ମତଦାନ ଶେଷ ହେବାରୁ ଭୋଟ ବାକ୍ସଗୁଡିକୁ ଗାଡିରେ ରଖି ବ୍ଲକ କାର୍ଯ୍ୟାଳୟକୁ ଅଣାଯାଇଥିଲା। ଅପରାହ୍ନ ସମୟରେ ଭୋଟବାକ୍ସ ଆସି ପହଞ୍ଚିବା ବେଳେ ଶ୍ରଦ୍ଧାପୁର ପଞ୍ଚାୟତର ୨ଟି ଭୋଟ ବାକ୍ସ ଖୋଲାଥିବା ଦେଖି ଜଣେ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥକମାନେ ପାଟିତୁଣ୍ଡ କରିଥିଲେ। ଏ ନେଇ ଉତ୍ତେଜନା ପ୍ରକାଶ ପାଇବାରୁ ଉପସ୍ଥିତ ସ୍ବାଧୀନ ପ୍ରାର୍ଥୀ, ବିଜେଡ, ଭାଜପା ଓ କଂଗ୍ରେସ ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଧସ୍ତାଧସ୍ତି ଯାଏ କଥା ଯାଇଥିଲା। ଏହି ଗଣ୍ଡଗୋଳ ବେଳେ ଗୋଟିଏ ଭୋଟ ବାକ୍ସ ଭଙ୍ଗାରୁଜା ହୋଇ ପଡିବା ଦେଖାଯାଇଥିଲା। ଏନେଇ ଉତ୍ତେଜନା ବଢି ଅଣାୟତ ରୂପ ନେଇଥିଲା। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ସମଥର୍ର୍କମାନେ ମୁହାଁମୁହିଁ ହେବାରୁ ସନ୍ଧ୍ୟା ସମୟରେ ଉପସ୍ଥିତି ପୋଲିସକୁ ଲାଠିଚାଳନା କରିବାକୁ ପଡିଥିଲା। ଏଥିରେ କେତେକ ସମର୍ଥକ ଆହତ ହୋଇଥିବା ଅଭିଯୋଗ ହୋଇଛି। ଏପରି କି ଜଣେ ଖବରଦାତା ଆହତ ହୋଇଛନ୍ତି। ପୋଲିିିସ କାର୍ଯ୍ୟାନୁଷ୍ଠାନ ପରେ ବିଭିନ୍ନ ପ୍ରାର୍ଥୀଙ୍କ ସମର୍ଥକମାନେ ଛତ୍ରଭଙ୍ଗ ଦେଇ ବ୍ଲକ ଅଫିସ ବାହାରକୁ ଯାଇ ରାସ୍ତାରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ ସେଠାରୁ ଜଣେ ବିକ୍ଷୋଭ ପ୍ରଦର୍ଶନକାରୀ ଯୁବନେତାଙ୍କୁ ଥାନାକୁ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ୧ ପ୍ଲାଟୁନ ଫୋର୍ସ ସହ ଉଚ୍ଚପଦସ୍ଥ ଅଧିକାରୀମାନେ ବ୍ଲକ ଅଫିସ ପରିସରକୁ ଜଗି ରହିଛନ୍ତି ।
ଉଲ୍ଲେଖନୀୟ ଯେ, ଗତ ପଞ୍ଚାୟତ ନିବାଚନ ପରେ ଏହି ଦୁଇ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚଙ୍କ ମୃତ୍ୟୁ ଘଟିଥଲା। ଏହି ପରିପ୍ରେକ୍ଷୀରେ ସେଠାରେ ଉପନିର୍ବାଚନ କରାଯାଇଥିଲା। ଶ୍ରଦ୍ଧାପୁର ଓ କସବାକମର୍ଦ୍ଦା ପଞ୍ଚାୟତରେ ୩ ଜଣ ଲେଖାଏ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ବ୍ଲକ କାର୍ଯ୍ୟାଳୟକୁ ଭୋଟବାକ୍ସ ଅଣାଯିବା ପରେ ଶ୍ରଦ୍ଧାପୁର ପଞ୍ଚାୟତ ଅଧୀନ ୧୨ ଓ ୧୪ ନମ୍ବର ବୁଥ୍‌ର ଭୋଟ୍‌ ବାକ୍ସ ଖୋଲାଥିବା ଜଣେ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥକମାନେ ଅଭିଯୋଗ କରି ପୋଲିଂ ଅଫିସରଙ୍କୁ ଘେରିଯାଇ ପ୍ରତିବାଦ ଜଣାଇଥିଲେ। ଏହି ସମୟରେ ଗଣ୍ଡଗୋଳ ଘଟି କେହି ଭୋଟ୍‌ବାକ୍ସ ଭଙ୍ଗାରୁଜା କରିଥିବା କୁୁହାଯାଉଛି। ଏପରି କି କେତେକ ଭୋଟ କାଗଜ ବ୍ଲକ ପରିସରରେ ବିଛାଡ଼ି ହୋଇ ପଡ଼ିଥିବା ଦେଖାଯାଇଥିଲା। ସମ୍ପୃକ୍ତ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥକମାନେ ବିଭିନ୍ନ ସରକାରୀ ବିରୋଧୀ ସ୍ଲୋଗାନ ଦେଇ ପ୍ରତିବାଦ ଜଣାଇଥିଲେ। ସେଠାରେ ବିଜେଡି ସମର୍ଥକ କୁହାଯାଉଥିବା କେତେଜଣବ୍ୟକ୍ତି ପହଞ୍ଚି ସେମାନଙ୍କୁ ବ୍ଲକ ପରିସରରୁ ତଡ଼ି ଦେବାକୁ ଉଦ୍ୟମ କରଥିଲେ। ଏହାକୁ ନେଇ କଂଗ୍ରେସ ଓ ଭାଜପା ସମର୍ଥକମାନେ ପ୍ରତିବାଦ ଜଣାଇବାର ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ଲୋକଙ୍କୁ ଘଉଡାଇବା ଲାଗି ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଥିବା କୁହାଯାଉଛି। ଖବର ପାଇ ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର ବ୍ଲକ ଅଫିସ ପରିସରରେ ପହଞ୍ଚତ୍ ଭୋଟ୍‌ବାକ୍ସ ତନଖି କରିବା ସହିତ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେଠାରେ ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଭଳି ଘଟଣା ନେଇ ଭାଜପା ପକ୍ଷରୁ ବ୍ଲକ ଅଫିସ ମୁଖ୍ୟ ଫାଟକ ଆଗରେ ପ୍ରତିବାଦ ସଭା କରାଯାଇ ଘଟଣାର ତଦନ୍ତ ଦାବି କରାଯାଇଛି। ଅନ୍ୟପକ୍ଷେ ବିଜେଡି ପକ୍ଷରୁ ଭୋଟ ବାକ୍ସ ଭାଙ୍ଗିଥିବା ଅଭିଯୁକ୍ତଙ୍କୁ ଗିରଫ ଦାବି କରି ଘେରାଉ ଆନ୍ଦୋଳନ କରାଯାଇଥିବା ଖବର ଲେଖା ହେବା ସୁଦ୍ଧା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri