ସରପଞ୍ଚଙ୍କ ଘରୁ ଟଙ୍କା, ସୁନା ଅଳଙ୍କାର ଲୁଟ୍‌

ପାତ୍ରପୁର, ୬ା୧ (ଡି.ଏନ୍‌.ଏ.)-ଜରଡ଼ା ଥାନା ତୁମ୍ବା ସରପଞ୍ଚଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ସହ ୧୬ ହଜାର ଟଙ୍କା ଚୋରି କରିଥିବା ଅଭିଯୋଗ ହୋଇଛି। ସରପଞ୍ଚ ହେମଲତା ଜାନି ଓ ତାଙ୍କ ସ୍ବାମୀ ଜନକ କୁମାର ନିଜ ଝିଅ ଘରକୁ ଯାଇଥିଲେ। ତାଙ୍କ ପୁଅ ଗତକାଲି ରାତିରେ ଗ୍ରାମରେ ଥିବା ଜଣେ ସମ୍ପର୍କୀୟଙ୍କ ଘରେ ଶୋଇଥିଲେ। କେହି ନ ଥିବାର ସୁଯୋଗ ନେଇ ଦୁର୍ବୁତ୍ତମାନେ ବିଳମ୍ବିତ ରାତିରେ ମେଶିନ୍‌ରେ ଲୁହା ଗ୍ରୀଲ୍‌କୁ କାଟି ଘରେ ପଶିିଥିଲେ। ପରେ ଆଲ୍‌ମିରା କବାଟ ତାଡ଼ି ସେଥିରେ ଥିବା ଟଙ୍କା ଓ ଅଳଙ୍କାର ଲୁଟି ନେଇଥିଲେ। ସୋମବାର ସକାଳେ ପୁଅ ଘରକୁ ଆସି ଦେଖିଲା ବେଳେ କବାଟ ଖୋଲାଥିଲା। ଏ ନେଇ ସେ ପଡ଼ୋଶୀଙ୍କୁ କହିବା ସହ ବାପାଙ୍କୁ ଜଣାଇଥିଲେ ା ପରିବାର ଲୋକେ ପହଞ୍ଚତ୍ ଜରଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri