ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଭଗବାନ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍କୀ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭଗବାନଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଭଗବାନ ଓ ଆଦିତ୍ୟ ଏକ ବାଇକ୍‌ରେ ବାଙ୍କୀ ଯାଉଥିଲେ। ଏହି ସମୟରେ ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?