ସରପଞ୍ଚଙ୍କୁ କରାଗଲା ସଚେତନ

ବନ୍ତଳା, ୨୦ା୪(ଡି.ଏନ.ଏ.) ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଅଧିକ କ୍ଷମତା ଦେବା ପରେ ରବିବାର ଅପରାହ୍ନରେ ବନ୍ତଳା ଥାନା ଅଞ୍ଚଳର ସମସ୍ତ ସରପଞ୍ଚଙ୍କୁ ଡକାଇ ଥାନା ଦାୟିତ୍ୱରେ ଥିବା ପ୍ରବୋଶନାଲ ଅଫିସର ସୌରବ ଓତା କଟକଣା ସମ୍ପର୍କରେ ସଚେତନ କରାଇଛନ୍ତି। ଗ୍ରାମାଞ୍ଚଳରେ ଚୋରା ମହୁଲି ମଦ ରନ୍ଧା ଓ ବିକ୍ରି ରୋକିବା, ବାହାରୁ କିଏ ଆସୁଛି ଓ କିଏ ଯାଉଛି ତାଙ୍କ ନାମ ପଞ୍ଜୀକୃତ କରି ଜିଲା ପ୍ରଶାସନଙ୍କୁ ଜଣାଇବା, ବିବାହ କାର୍ଯ୍ୟ ପାଇଁ ସାମାଜିକ ଦୂରତା ରଖି ୨୦ ଜଣଙ୍କୁ ଅନୁମତି ଦେବାକୁ ରାଜ୍ୟ ସରକାର ନୂଆ ନିୟମ କରିଛନ୍ତି। ସେହିପରି ଚାଷୀ ଓ ଚାଷ, ଚାଷ ସାମଗ୍ରୀ ଦୋକାନ, କୀଟନାଶକ ବିକ୍ରିକୁ କଟକଣାମୁକ୍ତା କରାଯାଇଛି। ଚାଷୀମାନେ ହାଟରେ ପନି ପରିବା ବିକ୍ରି କରିପାରିବେ। ବାହାରକୁ ପରିବା ଡାଲା ଗାଡ଼ିରେ ବିକ୍ରି ପାଇଁ ନେଇପାରିବେ। ସାମାଜିକ ଦୂରତା ରକ୍ଷା କରି ଜନସେବା କେନ୍ଦ୍ର ଖୋଲାଯାଇପାରିବ। ଏଥିସହ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ କାର୍ଯ୍ୟ ହୋଇପାରିବ। ତେବେ ସାମାଜିକ ଦୂରତ୍ୱକୁ ଅମାନ୍ୟ କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରପଞ୍ଚମାନଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?