ସରପଞ୍ଚଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ: ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କ ଉପରେ ପଞ୍ଚାୟତସ୍ତରରେ ରଖିବେ ନଜର; କରାଇବେ ରେଜିଷ୍ଟ୍ରେଶନ, କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୬,୭୮୯ ପଞ୍ଚାୟତର ସରପଞ୍ଚମାନଙ୍କୁ ଦାୟିତ୍ୱର ଶପଥପାଠ କରାଇଛନ୍ତି। ଅନ୍ୟ ରାଜ୍ୟରୁ ଗ୍ରାମକୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖିବା ଏବଂ ସେମାନଙ୍କର ରହିବା, ଖାଇବା, ଚିକିତ୍ସାର ଉଚିତ ବ୍ୟବସ୍ଥା କରିବା ସହ ଗାଁରେ କରୋନାକୁ ପଶିବାକୁ ଦେବେ ନାହିଁ ବୋଲି ମଧ୍ୟ ସରପଞ୍ଚମାନେ ଶପଥ ନେଇଛନ୍ତି।

ଆଗାମୀ ଦିନରେ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ଏଣୁ ପ୍ରତ୍ୟେକ ସରପଞ୍ଚ ନିଜ ପଞ୍ଚାୟତକୁ ଆସିବାକୁ ଥିବା ଲୋକମାନଙ୍କ ସମ୍ଭାବନାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରିବାକୁ ପଡ଼ିବ। ରାଜ୍ୟ ସରକାର ଏଥିପାଇଁ ୨୪ତାରିଖରେ ଏକ ପୋର୍ଟାଲ ଖୋଲିବେ। ସେଥିରେ ଆସୁଥିବା ସମସ୍ତ ଲୋକଙ୍କ ଆତ୍ମୀୟ ଓ ପରିବାର ପଞ୍ଜୀକରଣ କରିବେ ତାହା ସୁନିଶ୍ଚିତ କରିବା ସରପଞ୍ଚଙ୍କ ଦାୟିତ୍ୱ। ସବୁ ପଞ୍ଚାୟତ ପାଇଁ ଜଣେ ଜଣେ ନୋଡ଼ାଲ ଅଫିସର ରହିବା ସହ ବିଡିଓମାନେ ପଞ୍ଚାୟତରେ ତଦାରଖ ପାଇଁ ଏକ ୫ଜଣିଆ ଟିମ୍‌ ଗଠନ କରିବାକୁ କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ କ୍ଷମତା ଦେବା ପରେ ସେମାନେ ଗ୍ରାମାଞ୍ଚଳରେ ଜଣେ ଜଣେ କୋଭିଡ ଯୋଦ୍ଧା ଭାବେ କାମ କରିବେ ବୋଲି କୁହାଯାଇଛି।

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ସେହିଭଳି ସରପଞ୍ଚମାନେ ବ୍ଲକ ସ୍ତରରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡ଼ି ହୋଇଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ସେମାନେ ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପଦକ୍ଷେପକୁ କଡ଼କଡ଼ି ଭାବେ ଅନୁପାଳନ କରିବେ ତେବେ ଗ୍ରାମରେ କରୋନା ପଶିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଛଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ଲୋକମାନଙ୍କୁ ମାଗଣା ଖାଇବାକୁ ଦିଆଯିବା ସହ ସମୟସୀମା ସରିବା ପରେ ପ୍ରୋତ୍ସାହନ ରାଶି ଆକାରରେ ୨ହଜାର ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri