ସରଳ ହେବ ଜମିର କିସମ ପରିବର୍ତ୍ତନ

ଭୁବନେଶ୍ୱର,୭।୨(ବ୍ୟୁରୋ): କିସମ ପରିବର୍ତ୍ତନ ସରଳ ହେବ। ଲୋକମାନେ ଯେପରି କିସମ ପରିବର୍ତ୍ତନ କରିବା ସହ ନିଜର ସ୍ବତ୍ତ୍ୱ ଶୀଘ୍ର ପାଇ ପାରିବେ ସେ ନେଇ ପଦକ୍ଷେପ ନିଆଯିବ। ସାମାଜିକ-ଅର୍ଥନୈତିକ ଦୃଶ୍ୟପଟରେ ବଦଳୁଥିବାରୁ ରାଜସ୍ବ ବିଭାଗର ଏହି ପୁରୁଣା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ରାଜସ୍ବ ପର୍ଷଦ ସଦସ୍ୟ ସିଜେ ବେଣୁଗୋପାଳ କହିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଜମିର କିସମ ଓ ସତ୍ତ୍ୱ ପାଇବା ନେଇ ଦେଖା ଦେଉଥିବା ସମସ୍ୟା ବିଷୟରେ ଆଲୋଚନା ହୋଇଥିଲା। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ବ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ କିସମ ବ୍ୟବସ୍ଥାକୁ ସୁ ସଂଗତ କରାଯାଇ ପାରିଲେ ଜମି ହସ୍ତାନ୍ତରରେ ସୁବିଧା ହେବା ସହ କୃଷକମାନେ ମଧ୍ୟ ଲାଭ ବାନ ହୋଇ ପାରିବେ। ଏହାଦ୍ୱାରା ଜମି ରାଜସ୍ବ ପ୍ରଦାନ କ୍ଷେତ୍ରରେ ସହଜ ହୋଇ ପାରିବ। ବିିଭିନ୍ନ ସଂସ୍ଥା ଏବଂ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ଏ ନେଇ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ରାଜସ୍ବ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ବିଭାଗ ପକ୍ଷରୁ ଜମି ଜମା ରେକର୍ଡପତ୍ରକୁ ଡିଜିଟାଇଜେଶନ କରାଯାଇଥିବା ବେଳେ ରେକର୍ଡ ମ୍ୟାନେଜମେଣ୍ଟ ବ୍ୟବସ୍ଥା, ଭୂଲେଖ ଏବଂ ଭୂ ନକ୍ସା କରାଯାଇଛି। ବର୍ତ୍ତମାନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୭,୭୯୭ ପ୍ରକାର କିସମ ଜମି ପଟ୍ଟାରେ ଉଲ୍ଲେଖ କରାଯାଉଛି। ପଟ୍ଟାରେ ଜମିର ବ୍ୟବହାର ସହଜରେ ଜଣାପଡୁ ନାହିଁ। ଏପରିକି ପ୍ରାକୃତିକ ଦୁର୍ବିପାକ ସମୟରେ ଚାଷୀମାନଙ୍କୁ ସହାୟତା ଦେବାରେ ସମସ୍ୟା ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri