ସରିଲା ଉଦଳା ମହୋତ୍ସବ ଧୁମୁସା

ଉଦଳା,୨ା୧୨(ଡି.ଏନ୍‌.ଏ.)- ଉପଖଣ୍ଡସ୍ତରୀୟ ଉଦଳା ମହୋସତ୍ବ ଧୁମୁସା – ୨୦୧୯ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ମୁଖ୍ୟବକ୍ତା ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ୍‌, ସମ୍ମାନନୀୟ ଅତିଥି ଉଦଳା ତହସିଲଦାର ମନିଷା ମଧୁଲିକା ହେମ୍ବ୍ରମ୍‌ ପ୍ରମୁଖ ଯୋଗ ଦେଇଥିଲେ ା ଧୁମୁସା ହିଁ ଉପଖଣ୍ଡବାସୀଙ୍କର ଏକ ସ୍ବତନ୍ତ୍ର ପରିଚୟ ବୋଲି ମଞ୍ଚାସୀନ ବକ୍ତାମାନେ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ସଭାପତିତ୍ୱ କରିଥିଲେ କପ୍ତିପଦା ଉପଜିଲାପାଳ ଭଗବାନ ବେହେରା। କମିଟିର ସଦସ୍ୟ ଅମୀୟ କୁମାର ବଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଥମେ ଉପଖଣ୍ଡର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ା ଏହା ସହିତ କଳାହାଣ୍ଡିର ଘୁମୁରା ନାଚ, ନଟରାଜ ଡ୍ୟାନ୍ସ ଗୃପ୍‌ ଦ୍ୱାରା ପରିବେଷିତ ନୃତ୍ୟ ସମସ୍ତଙ୍କୁ ଆକୃଷ୍ଟ କରିଥିଲା ା ଯେଉଁ ନୃତ୍ୟର ତାଳେ ତାଳେ ଦର୍ଶକ ବେଶ୍‌ ଝୁମିଥିଲେ। ଏହି ଅବସରରେ ଯାତ୍ରା କଳାକାର ରତିକାନ୍ତ ପରିଡାଙ୍କୁ ସମ୍ମାନିତ କରାଯାଇଥିଲା ା ସିନେ ତାରକା ସ୍ବରାଜ ବାରିକଙ୍କ ନୃତ୍ୟ ସାଙ୍ଗକୁ ଉପସ୍ଥାପିକା ଖୁସିଙ୍କ ସୁନ୍ଦର ଉପସ୍ଥାପନା ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା ା ଉଦଯାପନୀ ଦିବସର କାର୍ଯ୍ୟକ୍ରମକୁ ଉପଭୋଗ କରିବା ନିମନ୍ତେ ହଜାର ହଜାର ଦର୍ଶକଙ୍କ ଭିଡ ପରିଲକ୍ଷିତ ହୋଇଥିଲା ା ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ଉପଖଣ୍ଡସ୍ତରୀୟ ଉଦଳା ମହୋସତ୍ବ ଧୁମୁସା – ୨୦୧୯କୁ ପରିଚାଳନାରେ କମିଟିର ସଭାପତି ଉପଜିଲାପାଳ ବେହେରା, ସଂଯୋଜକ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ସମେତ କମିଟିର ସଦସ୍ୟ ସରୋଜ କୁମାର ପ୍ରଧାନ, କୃଷ୍ଣଚୈତନ୍ୟ ସଦୁଆଳ, ଅତନୁ କୁମାର ତ୍ରିପାଠୀ, କ୍ଷୀରୋଦ ରଞ୍ଜନ ମହାନ୍ତି, ଅଧ୍ୟାପକ ଦିଲ୍ଲୀପ କୁମାର ପ୍ରାମାଣିକ, ସନ୍ଦୀପ ମହାନ୍ତି, ରମେଶ ଚନ୍ଦ୍ର ପୃଷ୍ଟି, ସନ୍ତୋଷ କୁମାର ବାଚ୍ଛିନୀ, କିଶୋର ଚନ୍ଦ୍ର ଦାସବାବୁ ପ୍ରମୁଖ ସହଯୋଗ କରିଥିଲୋ


Enter your email to get our daily news in your inbox.

All Right Reserved By Dharitri.Com

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?