ସରିଲା ମିଶନ ଶକ୍ତି ମେଳା:୬ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ରାଜଧାନୀରେ ଆୟୋଜିତ ‘ମିଶନ ଶକ୍ତି ମେଳା’ ସୋମବାର ଉଦ୍‌ଯାପିତ ହୋଇଯାଇଛି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରୟ ପାଇଁ ଆୟୋଜିତ ଏହି ମେଳାରେ ମୋଟ ୬ କୋଟି ୫୫ ହଜାର ଟଙ୍କାର ସାମଗ୍ରୀ ବିକ୍ରିବଟା ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍‌ଯାପନୀ ସମାରୋହରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉପତ୍ାଦକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ପ୍ରଦର୍ଶନ ଓ ବିକ୍ରୟ ପାଇଁ ଏହି ମେଳା ରାଜ୍ୟ ସରକାରଙ୍କ ଏକ ଅନନ୍ୟ ପ୍ରଚେଷ୍ଟା ବୋଲି କହିଥିଲେ। ଗ୍ରାମ ଓ ସହରାଞ୍ଚଳର ମହିଳା ଉତ୍ପାଦକ ଗୋଷ୍ଠୀଗୁଡ଼ିକ ଦ୍ୱାରା ଉପତ୍ାଦିତ ପଦାର୍ଥର ପ୍ରଦର୍ଶନ, ବିକ୍ରୟ ପାଇଁ ବଜାର ବ୍ୟବସ୍ଥା ଓ ଖାଉଟିମାନଙ୍କ ପ୍ରାଥମିକତା ଆଧାରରେ ପଦାର୍ଥଗୁଡିକର ମାନ ବୃଦ୍ଧି କରାଇବାରେ ବିଶେଷ ସହାୟକ ହୋଇଥିବା ସେ କହିଥିଲେ।
ଉଦ୍‌ଯାପନୀ ସମାରୋହରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରିବଟା ଓ ପ୍ରଚାର ପ୍ରସାର ପାଇଁ ମିଶନ ଶକ୍ତି ଏବଂ ଟାଟା ଷ୍ଟିଲ୍‌ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର କରାଯାଇଥିଲା। ଏହା ମାଧ୍ୟମରେ ଖୁବ୍‌ଶୀଘ୍ର ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ଅନ୍‌ଲାଇନ୍‌ ବିକ୍ରୟ ପାଇଁ ସ୍ବତନ୍ତ୍ର ମିଶନ୍‌ ଶକ୍ତି ପୋର୍ଟାଲ ପ୍ରସ୍ତୁତ କରାଯିବ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ତେବେ ୩୦୦ ମହିଳା ଉପତ୍ାଦକ ଗୋଷ୍ଠୀକୁ ସୁଦୃଢ଼ କରିବାକୁ ମିଶନ ଶକ୍ତି, ଓର୍‌ମାସ୍‌ ସହିତ ଚୁକ୍ତି କରିଥିବାବେଳେ ଏବେ ଏହି ନୂତନ ଚୁକ୍ତି ଦ୍ୱାରା ରାଜ୍ୟରେ ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତି ସୁଦୃଢ଼ ହୋଇପାରିବ। ସେହିଭଳି ବର୍ଷସାରା ସହରାଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟ ଉପଲବ୍ଧ କରାଇବା ପାଇଁ ଗଣ୍ଡମୁଣ୍ଡା ନିକଟରେ ୬୪ ଦୋକାନଗୃହ ବିଶିଷ୍ଟ ସ୍ଥାୟୀ ମିଶନ ଶକ୍ତି ବଜାର ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। କାର୍ଯ୍ୟକ୍ରମରେ ମିଶନ୍‌ ଶକ୍ତିର ଉପଦେଷ୍ଟା ଡ. ଲୋପାମୁଦ୍ରା ବକ୍ସିପାତ୍ର, ମିଶନ୍‌ ଶକ୍ତି ନିର୍ଦ୍ଦେଶାଳୟ କମିଶନର ତଥା ନିର୍ଦ୍ଦେଶିକା ସୁଜାତା ଆର୍‌ କାର୍ତ୍ତିକେୟନ୍‌, ଏନ୍‌ଆର୍‌ଏଲ୍‌ଏମ୍‌ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ମେଳାରେ ମୋଟ ୨୦୨ ଷ୍ଟଲରେ ବିଭିନ୍ନ ପ୍ରକାର ହସ୍ତତନ୍ତ, ହସ୍ତଶିଳ୍ପ, ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟଜାତୀୟ ଦ୍ରବ୍ୟ, ମସଲା ଏବଂ ଅଣକୃଷିଜାତୀୟ ଦ୍ରବ୍ୟ ପ୍ରଦର୍ଶନ ଓ ବିକ୍ରୟ କରାଯାଇଥିଲା। ଏହାବ୍ୟତୀତ ୧୨ ଷ୍ଟଲରେ ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ବିକ୍ରୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri