ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ

ତିହିଡ଼ି, ୨୮।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଜୋର ଧରିଛି। ତିହିଡ଼ର ପ୍ରସିଦ୍ଧ ବାବା ସ୍ବପ୍ନେଶ୍ୱର ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଆସନ୍ତା ୭ ତାରିଖ ଶୀତଳଷଷ୍ଠୀରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ସନ୍ଧ୍ୟାରେ ତିହିଡ଼ଗ୍ରାମ ସ୍ଥିତ ଦଧିବାମନ ଜୀଉ ମନ୍ଦିରରେ ଲଗ୍ନଧରା କାର୍ଯ୍ୟ ଯଥା ରୀତି ସମ୍ପନ୍ନ ହୋଇଛି। ଲକ୍ଷ୍ମୀଧର କର ଓ ଦେବଦତ୍ତ ଗ୍ରହାଚାର୍ଯ୍ୟ ପ୍ରମୁଖ ଲଗ୍ନଧରା କାର୍ଯ୍ୟ କରିଥିଲେ। ଲଗ୍ନଧରା ସରିବା ପରେ ବିଧି ଅନୁଯାୟୀ କନ୍ୟା ଘରୁ ଲଗ୍ନ ଚିଟାଉ ବର ଘରକୁ ପଠାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ପାର୍ଥସାରଥୀ ନାୟକ, ପି. ହୃଷିକେଶ, ଶରତ କର, ରମାକାନ୍ତ ନାଥ, ବିଷ୍ଣୁ ଦାଶ, ଅଶୋକ କର, ଅଭିମନ୍ୟୁ ନାୟକ, ଜଗନ୍ନାଥ ବେହେରା, ଧନେଶ୍ୱର ବାରିକ ପ୍ରମୁଖ ଗ୍ରାମବାସୀ ଉପସ୍ଥିତ ଥିଲେ। ବରପିତା ଭାବେ ମିର୍ଜାପୁର ଗ୍ରାମର ଦେବେନ୍ଦ୍ର ନାଥ ଏବଂ କନ୍ୟା ପିତା ଭାବେ ହରିପୁର ଗ୍ରାମର ସାଧୁ ଚରଣ ନାଥଙ୍କୁ ଏଥର ମନୋନୀତ କରାଯାଇଛି। ବାବା ସ୍ବପ୍ନେଶ୍ୱର ଓ ମାତା ପାର୍ବତୀଙ୍କ ଲୌକିକ ବିବାହ ଉତ୍ସବକୁ ଅଧିକ ଆକର୍ଷଣୀୟ କରିବା ଲାଗି ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri