ସରିଲା ସୀମାନ୍ତ ଯୁବ ମହୋତ୍ସବ

ଝାରପୋଖରିଆ,୨୯ା୧(ଡି.ଏନ୍‌.ଏ.)- ସାରସକଣା ବ୍ଲକ୍‌ ଅନ୍ତର୍ଗତ ଝାରପୋଖରିଆଠାରେ ସୀମାନ୍ତ ଯୁବ ସମିତି ଓ ଜାତୀୟ ଯୁବ ପ୍ରକଳ୍ପ ଦ୍ୱାରା ଆୟୋଜିତ ୫ମ ବାର୍ଷିକ ସୀମାନ୍ତ ଯୁବ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ୫୬ନଂ. ଜୋନ୍‌ ଜିଲା ପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ଦିବସରେ ସାରସକଣା ବିଧାୟକ ଡ.ବୁଢାନ ମୁର୍ମୁ, ଝାରପୋଖରିଆ ଥାନା ଅଧିକାରୀ ସୁଦର୍ଶନ ଗାଙ୍ଗୋଇ, ଶୀର୍ଷା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ଡା. ଆଶିଷ ନୀଳମାଧବ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଦ୍ୱିତୀୟ ଦିବସରେ ମୟୂରଭଞ୍ଜ ଜିଲା ପ୍ରାକ୍ତନ ଏମ୍‌ପି ରାମଚନ୍ଦ୍ର ହଁାସଦା, ଶରତପାଲ ମହାବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ର ସାହୁ ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମୟୂରଭଞ୍ଜ ମହାରାଜା ପ୍ରବୀଣଚନ୍ଦ୍ର ଭଞ୍ଜଦେଓ ଏବଂ ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ ଯୋଗଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡ଼ୁ, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ, ସାମ୍ବାଦିକ କଲ୍ୟାଣ କୁମାର ସିହ୍ନା, ଗୋରୁମହିଷାଣୀ ଡାଏଟର ଅଧ୍ୟକ୍ଷ ମଧୁସୂଦନ ମାହାଲିି ପ୍ରମୁଖ ଯୋଗଦେଇଥିଲେ। ଯୁବ ସମିତିର ସଭାପତି ଅଶୋକ କୁମାର ପୃଷ୍ଟି ଅତିଥି ପରିଚୟ ପ୍ରଦାନ ଓ ସମିତି ସମ୍ପାଦକ ବାସୁଦେବ ପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ୩ ଦିନିଆ ଏହି ମହୋତ୍ସବକୁ ସମିତିସଭ୍ୟ ମନୋଜ ମହାନ୍ତ, ସୁଜାତା ପଟ୍ଟନାୟକ, ଅଶୋକ ମହାପାତ୍ର, ରାଜେଶ କୁମାର ଭୂୟଁା, ରଜନୀ ମହାନ୍ତ, ମଳୟ କୁମାର ନାୟକ, ଡକ୍ଟର ସରୋଜ କୁମାର ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉତ୍ସବରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ସମିତି ପକ୍ଷରୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବାଳିକାବାଳକମାନଙ୍କୁ ନେଇ ଚିତ୍ରାଙ୍କନ, ରଙ୍ଗୋଲି, କୁଇଜ୍‌, ନାଚ, ଗୀତ, ପ୍ରବନ୍ଧ, ବକ୍ତୃତା, ସାଧାରଣଜ୍ଞାନ, କ୍ୟାରମ୍‌, ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଏକ ମେଗା ମାଗଣା ସ୍ବାସ୍ଥ୍ୟ ଓ ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇ ଔଷଧ ବିତରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri