ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ

ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ ହାତୀ ଓ ସିନିୟରରେ ଗାୟତ୍ରୀ କଳାପାହାଡ ରଜ କୁଇନ ମୁକୁଟ ପିନ୍ଧିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଉଭୟ କୁଇନଙ୍କୁ ୫ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଛି। ସନ୍ଧ୍ୟାରେ ମହୋତ୍ସବ କମିଟି ସଭାପତି ସୁରେନ୍ଦ୍ର ପ୍ରସାଦ ରାଉତଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶାର ସଂସ୍କୃତିରେ ରଜପର୍ବର ସ୍ବତନ୍ତ୍ର ସ୍ଥାନ ରହିଛି ବୋଲି ପ୍ରକାଶ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତ, ଖଇରା କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଉମେଶ ଚନ୍ଦ୍ର ନାୟକ, ଖଇରା ସରପଞ୍ଚ ସୁଦର୍ଶନ ସେଠୀ, ସୁରେନ୍ଦ୍ର ପ୍ରସାଦ ସାହୁ, ଜୟନ୍ତୀ ମହଲା, ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ା ଜୁନିୟରରେ ରନର୍ସ ଅପ ଭାବେ ମାନ୍ୟତା ମଣ୍ଡଳ, ଜାଗୃତି ବିଶ୍ୱାଳ, ଗାୟତ୍ରୀ ଜେନା ସିନିୟର ରନର୍ସ ଭାବେ ଗାୟତ୍ରୀ କଳାପାହାଡ, ଜ୍ୟୋତ୍ସ୍ନାରାଣୀ ଜେନା, ବିସ୍ମୟୀ ସ, ଆକାଂକ୍ଷା ରାଉତଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିଭଳି ପୁଚି, ମେହେନ୍ଦି, ମ୍ୟୁଜିକ ଚେୟାର, ଶଙ୍ଖ, କ୍ୟାରମ, ଚେସରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ା ଓଡିଶା ସଂସ୍କୃତି ବିଭାଗ ପ୍ରଦତ୍ତ ବଲାଙ୍ଗୀରର ରଙ୍ଗ ଢୋଲ ଦର୍ଶକଙ୍କ ମନ ଛୁଇଁଥିଲା ା ରଜ ମହୋତ୍ସବ କମିଟିର ସମସ୍ତ ସଭ୍ୟ ୪ଦିନିଆ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri