ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ

ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ ହାତୀ ଓ ସିନିୟରରେ ଗାୟତ୍ରୀ କଳାପାହାଡ ରଜ କୁଇନ ମୁକୁଟ ପିନ୍ଧିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଉଭୟ କୁଇନଙ୍କୁ ୫ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଛି। ସନ୍ଧ୍ୟାରେ ମହୋତ୍ସବ କମିଟି ସଭାପତି ସୁରେନ୍ଦ୍ର ପ୍ରସାଦ ରାଉତଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶାର ସଂସ୍କୃତିରେ ରଜପର୍ବର ସ୍ବତନ୍ତ୍ର ସ୍ଥାନ ରହିଛି ବୋଲି ପ୍ରକାଶ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତ, ଖଇରା କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଉମେଶ ଚନ୍ଦ୍ର ନାୟକ, ଖଇରା ସରପଞ୍ଚ ସୁଦର୍ଶନ ସେଠୀ, ସୁରେନ୍ଦ୍ର ପ୍ରସାଦ ସାହୁ, ଜୟନ୍ତୀ ମହଲା, ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ା ଜୁନିୟରରେ ରନର୍ସ ଅପ ଭାବେ ମାନ୍ୟତା ମଣ୍ଡଳ, ଜାଗୃତି ବିଶ୍ୱାଳ, ଗାୟତ୍ରୀ ଜେନା ସିନିୟର ରନର୍ସ ଭାବେ ଗାୟତ୍ରୀ କଳାପାହାଡ, ଜ୍ୟୋତ୍ସ୍ନାରାଣୀ ଜେନା, ବିସ୍ମୟୀ ସ, ଆକାଂକ୍ଷା ରାଉତଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିଭଳି ପୁଚି, ମେହେନ୍ଦି, ମ୍ୟୁଜିକ ଚେୟାର, ଶଙ୍ଖ, କ୍ୟାରମ, ଚେସରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ା ଓଡିଶା ସଂସ୍କୃତି ବିଭାଗ ପ୍ରଦତ୍ତ ବଲାଙ୍ଗୀରର ରଙ୍ଗ ଢୋଲ ଦର୍ଶକଙ୍କ ମନ ଛୁଇଁଥିଲା ା ରଜ ମହୋତ୍ସବ କମିଟିର ସମସ୍ତ ସଭ୍ୟ ୪ଦିନିଆ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri