ସରିଲା ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ସାଆନ୍ତାଣୀ

ପୁରୀ ଅଫିସ, ୯।୭: ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଗୁଣ୍ଡିଚା ମନ୍ଦିରରେ ଲାଗୁଛି ଭକ୍ତଙ୍କ ଗହଳି। ଜନ୍ମବେଦିରେ ଲୀଳାଖେଳା କରୁଛନ୍ତି ଦାରୁବିଗ୍ରହ। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ଅଂଶ ହେଉଛି ହେରାପଞ୍ଚମୀ ନୀତି। ସୋମବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା।
ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ପୂର୍ବରୁ ଲକ୍ଷ୍ମୀ ଠାକୁରାଣୀଙ୍କ ମାଜଣା ହୋଇଥିଲା। ଏହାପରେ ମହାଲକ୍ଷ୍ମୀ ପାଲିଙ୍କିରେ ବିଜେ ହୋଇ ଘଣ୍ଟ, ଛତା, କାହାଳୀ ସହିତ ପଟୁଆରରେ ଗୁଣ୍ଡିଚା ଅଭିମୁଖେ ବାହାରିଥିଲେ। ନନ୍ଦିଘୋଷ ରଥ ନିକଟରେ ଲକ୍ଷ୍ମୀ ଠାକୁରାଣୀ ପହଞ୍ଚତ୍ବା ପରେ ପତିମହାପାତ୍ର ବନ୍ଦାପନା, ଚାମର ଆଲଟ, ଘସା ବିଡିଆ ଏବଂ ଦହି ପଟି ମଣୋହୀ କରିଥିଲେ। ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ଲକ୍ଷ୍ମୀ ଠାକୁରାଣୀ ଜଗମୋହନକୁ ବିଜେ କରି ଜୟବିଜୟ ଦ୍ୱାର ନିକଟକୁ ଆସିଥିଲେ। ପତିମହାପାତ୍ର ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ଲକ୍ଷ୍ମୀ ଠାକୁରାଣୀଙ୍କୁ ପ୍ରଦାନ କରିଥିଲେ। କିନ୍ତୁ ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହିତ ଫେରି ନ ଥିଲେ। ଏହାପରେ ଲକ୍ଷ୍ମୀ ଠାକୁରାଣୀ ଅଭିମାନ କରି ନାକଚଣା ଦ୍ୱାର ଦେଇ ନନ୍ଦିଘୋଷ ରଥ ନିକଟକୁ ଯାଇଥିଲେ। ସେଠାରେ ରଥରୁ ଖଣ୍ଡିଏ କାଠ ଭାଙ୍ଗି ଫେରିଯାଇଥିଲେ।
ପୁରାଣରେ ବର୍ଣ୍ଣିତ ଅଛି ଯେ, ମହାପ୍ରଭୁ ଏବଂ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କ ବିବାହ ସରିଥିଲା। ହେଲେ ଗଇଁଠାଳ ଫିଟି ନ ଥିଲା ଅର୍ଥାତ୍‌ ବିବାହ କର୍ମ ଅଧାରେ ରହିଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପଡିଲେ ମହାପ୍ରଭୁ। ବିଭିନ୍ନ ପଥି ଖାଇ ଆରୋଗ୍ୟ ଲାଭ କଲେ। ଆଷାଢ ଶୁକ୍ଳ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଧର୍ମପତ୍ନୀ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ନ ଜଣାଇ ଭାଇଭଉଣୀଙ୍କୁ ସାଥିରେ ଧରି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି। ତେଣୁ ବିରହ ବେଦନାରେ ଥିବା ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କୁ ଫେରାଇ ନେବା ଲାଗି ଆସିଥିଲେ। ମହାପ୍ରଭୁ ଦର୍ଶନ ଦେଲେ, କିନ୍ତୁ ଲକ୍ଷ୍ମୀ ସାଆନ୍ତାଣୀଙ୍କ ଫେରିବା ଅନୁରୋଧକୁ ରଖିଲେ ନାହିଁ। ଏଥିରେ ଅଭିମାନ କରି ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଖଣ୍ଡିଏ କାଠ ଭାଙ୍ଗି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡିଥିଲେ। ଫେରିବା ବାଟରେ ପନ୍ତି ଭୋଗ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri