Posted inଭଦ୍ରକ

ସରୁନି ଅଙ୍ଗନୱାଡି ଗୃହ ନିର୍ମାଣ

ଭଦ୍ରକ ଅଫିସ,୯।୨- ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ୩ ରୁ ୬ବର୍ଷର ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଶିକ୍ଷା ପ୍ରତି ମନୋନିବେଶ କରି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଣିବା ପାଇଁ ହୋଇଥିବା ଉଦ୍ୟମ ଏକପ୍ରକାର ଫସର ଫାଟିଛି। ପ୍ରାୟତଃ କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ କେଉଁଠି କର୍ମୀଙ୍କ ଘରେ ପାଠପଢ଼ା ଚାଲିଛି ତ ଆଉ କେଉଁଠି ଗଁ। କୋଠଘରେ ପିଲାଙ୍କୁ ଶିକ୍ଷାଦାନ କରାଯାଉଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା କାରଣରୁ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ହୋଇପାରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ନିଜସ୍ବ ଗୃହ ନିର୍ମାଣ ସକାଶେ କାର୍ଯ୍ୟାଦେଶ ଦିଆଯାଇଥିଲେ ମଧ୍ୟ ବର୍ଷ ବର୍ଷ ଧରି ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିପାରୁ ନାହିଁ।
ମିଳିଥିବା ସୂଚନା ଅନୁସାରେ, ୨୦୧୭-୧୮ ଓ ୨୦୧୮-୧୯ରେ ଜିଲାରେ ଦିଆଯାଇଥିବା କାର୍ଯ୍ୟାଦେଶ କେବଳ କାର୍ଯ୍ୟାଦେଶରେ ହିଁ ଅଟକି ରହିଛି। ମୋଟ ୬୫୯ ଗୃହ ମଧ୍ୟରୁ ମାତ୍ର ୪୫ଟି ନିର୍ମାଣ ସରିଛି। ୧୮୬ ଗୃହ ନିର୍ମାଣାଧୀନ ରହିଥିବାବେଳେ ୪୨୮ଟିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ଏ ନେଇ ପ୍ରତି ୩ ମାସରେ ଥରେ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ନେଇ ସମୀକ୍ଷା ବୈଠକ ବସୁଛି। ହେଲେ ସୁଫଳ ମିଳୁ ନ ଥିବା ପରିତାପର ବିଷୟ ପାଲଟିଛି। ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ ଚାଲିଛି। ତଥ୍ୟ ମୁତାବକ ବାସୁଦେବପୁର ବ୍ଲକରେ ୨୦୧୭-୧୮ ଓ ୨୦୧୮-୧୯ରେ ୯୦ଟି ଘର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା ଓ ଏଥିପାଇଁ ଅର୍ଥ ଅନୁମୋଦନ ହୋଇଥିଲା। ସେଥିମଧ୍ୟରୁ ମାତ୍ର ୪ଟି ଗୃହ ନିର୍ମାଣ ସରିଛି। ସେହିଭଳି ଭଦ୍ରକ ବ୍ଲକରେ ୮୧ଟି ଘର ମଧ୍ୟରୁ ମାତ୍ର ୩ ଓ ଭଣ୍ଡାରିପୋଖରୀରେ ୭୨ଟି ଗୃହ ମଧ୍ୟରୁ ୧୨ଟିର ନିର୍ମାଣ ଶେଷ ହୋଇଛି। ବନ୍ତରେ ୮୨ ଗୃହ ମଧ୍ୟରୁ ୬, ଚାନ୍ଦବାଲିରେ ୧୫୯ରୁ ୪, ଧାମନଗରରେ ୯୪ରୁ ୮ ଏବଂ ତିହିଡ଼ିରେ ୮୧ଟି ଗୃହ ମଧ୍ୟରୁ ୮ଟି ନିର୍ମାଣ ସରିଛି। ଏ ସମ୍ପର୍କରେ ଉପଜିଲାପାଳ ପୀତାମ୍ବର ସାମଲଙ୍କୁ ପଚାରିବାରୁ ଉପଯୁକ୍ତ ସମୟ ବ୍ୟବଧାନରେ ବ୍ଲକସ୍ତରୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ହେଉଛି ଏବଂ ଶୀଘ୍ର ସାରିବା ପାଇଁ ଅଧିକାରୀଙ୍କୁ ତାଗିଦ୍‌ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri