ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ ପୁଅ ଭିଆନଙ୍କ ପରେ ଢେରଦିନ ଧରି ଦ୍ୱିତୀୟ ସନ୍ତାନ ପାଇଁ ଚେଷ୍ଟା କରୁଥିଲି। ମାତ୍ର ଆପ୍ଲା ନାମକ ଏକ ରୋଗ ପାଇଁ ଏହା ସମ୍ଭବ ହେଉ ନ ଥିଲା। ମୁଁ ଯେତେବେଳେ ଗର୍ଭବତୀ ହେଉଥିଲି ଏହି ରୋଗଟି ସକ୍ରିୟ ହୋଇଯାଉଥିଲା। ତେଣୁ ବାଧ୍ୟ ହୋଇ ଅନେକଥର ଗର୍ଭପାତ କରାଇଥିଲି। ଆଡପ୍‌ଶନ ବିଷୟରେ ବି ବହୁତ ଭାବିଥିଲି, କିନ୍ତୁ ତାହା ମଧ୍ୟ ସମ୍ଭବ ହୋଇପାରି ନ ଥିଲା ବୋଲି ଶିଳ୍ପା କହିଛନ୍ତି। ଆମେ ଦୁହେଁ ସବୁବେଳେ ଚାହୁଁଥିଲୁ ଯେ, ଭିଆନର ଜଣେ ଭଉଣୀ ଆସୁ। ତେଣୁ ବାଧ୍ୟ ହୋଇ ସରୋଗେସି ରାସ୍ତା ବାଛିଥିଲି। ସବୁବେଳେ ଏକ ଝିଅକୁ ଜନ୍ମ ଦେବାକୁ ଭାବିଥିଲି, ସେଥିଲାଗି ୨୧ ବର୍ଷ ତଳୁ ତା’ର ନାଁ ସମୀଷା ରଖିବି ବୋଲି ଭାବିସାରିଥିଲି ବୋଲି ସେ କହିଛନ୍ତି। ସମୀଷା ଜନ୍ମ ହେବା ପରେ ମୋ ଘରକୁ ଲକ୍ଷ୍ମୀ ଆସିଛନ୍ତି। ତା’ ଜନ୍ମରେ ଆମ ପରିବାରର ସମସ୍ତ ସଦସ୍ୟ ବହୁତ ଖୁସି। ଏହାକୁ ଶବ୍ଦରେ ମଧ୍ୟ ବର୍ଣ୍ଣନା କରିବା ମୋ ପକ୍ଷେ କଷ୍ଟକର ବୋଲି ଶିଳ୍ପା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri