Posted inଫୁରସତ

ସର୍କସରୁ ମୁକ୍ତ ହେବାର ପଞ୍ଚମ ବାର୍ଷିକୀ ପାଳନ କଲେ ୪ ହାତୀ

ମଥୁରା,୧୭।୫: ସର୍କସରେ ଖେଳ ଦେଖାଉଥିବା ହାତୀ ସ୍ବାଧୀନତା ଦିବସ ପାଳନ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଥୁରାର ହାତୀ ସଂରକ୍ଷଣ କେନ୍ଦ୍ରରେ ଥିବା ୪ ହାତୀ ଏଭଳି କରିଛନ୍ତି। ସଂରକ୍ଷଣ କେନ୍ଦ୍ରରେ ସେମାନେ ୨୦୧୫ଠାରୁ ଗତ ୫ ବର୍ଷ ଧରି ରହିଛନ୍ତି। ହାତୀମାନଙ୍କୁ ବନ୍ୟପ୍ରାଣୀ ସଂଗଠନ ପକ୍ଷରୁ ଉଦ୍ଧାର କରାଯାଇଥିଲା। ସର୍କସରୁ ମୁକ୍ତି ପାଇବାର ପଞ୍ଚମ ବାର୍ଷିକୀରେ ସଂରକ୍ଷଣ କେନ୍ଦ୍ର କର୍ମଚାରୀ ସେମାନଙ୍କ ପାଇଁ ବିଭିନ୍ନ ପନିପରିବା ଏବଂ ଫଳରେ କେକ୍‌ ପ୍ରସ୍ତୁତ କରିଥିଲେ। ଏସବୁ ହାତୀଙ୍କ ନାମ ମେକ୍‌ ଡେମିଆ(ମେକ୍‌), ଓ୍ବାଲନଟ୍‌(ଓ୍ବଲି), କୋକୋନଟ୍‌(କୋକୋ) ଏବଂ ପିନଟ୍‌ ବୋଲି ସଂରକ୍ଷଣ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମେକ୍‌ର ବୟସ ୨୭ ବର୍ଷ ହୋଇଥିବାବେଳେ ଓ୍ବଲିର ବୟସ ୨୩, କୋକୋର ବୟସ ୧୭ ଏବଂ ପିନଟ୍‌ର ବୟସ ୧୧ ବର୍ଷ ବୋଲି ବନ୍ୟପ୍ରାଣୀ ସଂଗଠନର ପ୍ରାଣୀ ଚିକିତ୍ସକ ଡ. ୟଦୁରାଜ ଖଡ଼ପେକର ସୂଚନା ଦେଇଛନ୍ତି। କୋକୋ ଏବଂ ପିନଟ୍‌ ଅଧିକ ଚଳଚଞ୍ଚଳ ରହୁଥିବାବେଳେ ଅନ୍ୟ ଦୁଇ ହାତୀ ପ୍ରାୟତଃ ସ୍ଥିର ରହୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri