Posted inଜାତୀୟ

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ଦ୍ଦାର ପଟେଲଙ୍କ ନାମରେ ରାଷ୍ଟ୍ରୀୟ ପୁରସ୍କାର ଆରମ୍ଭ କରାଯିବା ନେଇ ଏକ ସୂଚନା ଜାରି କରାଯାଇଛି। ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ରାଷ୍ଟ୍ରୀୟ ଏକତା ଓ ଅଖଣ୍ଡତାକୁ ପ୍ରୋତ୍ସାହନ ପ୍ରଦାନ କରିବା ଏବଂ ଏକ ମଜଭୁତ ଓ ଅଖଣ୍ଡ ଭାରତର ମୂଲ୍ୟବୋଧକୁ ସୁଦୃଢ଼ କରିବା। ଏଥିରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ରାଷ୍ଟ୍ରୀୟ ଏକତା ଦିବସ, ଅର୍ଥାତ୍‌ ଅକ୍ଟୋବର ୩୧ରେ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଉକ୍ତ ପୁରସ୍କାର ଘୋଷଣା କରାଯିବ। ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିବା ପଦ୍ମ ପୁରସ୍କାର ସମାରୋହ ସହିତ ଉକ୍ତ ପୁରସ୍କାର ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯିବ। ପୁରସ୍କାରରେ ଏକ ପଦକ ଏବଂ ସମ୍ବର୍ଦ୍ଧନା ପତ୍ର ରହିବ। ପୁରସ୍କାରରେ କୌଣସି ଅନୁଦାନ କିମ୍ବା ନଗଦ ରାଶି ପ୍ରଦାନ କରାଯିବ ନାହିଁ। ଗୋଟିଏ ବର୍ଷ ମଧ୍ୟରେ ୩ରୁ ଅଧିକ ପୁରସ୍କାର ଦିଆଯିବ ନାହିଁ। ଏହା ଅତିଅସାଧାରଣ ଏବଂ ଅତ୍ୟଧିକ ଖ୍ୟାତନାମା ବ୍ୟକ୍ତିଙ୍କୁ ଛାଡି ମରଣୋତ୍ତର ଭାବେ ପ୍ରଦାନ କରାଯିବ ନାହିଁ। ପ୍ରତିବର୍ଷ ନାମାଙ୍କନ ଆମନ୍ତ୍ରଣ କରାଯିବ। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ ପୁରସ୍କାର ସମିତି ଗଠନ କରାଯିବ, ଯେଉଁଥିରେ ସଦସ୍ୟ ଭାବେ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ, ରାଷ୍ଟ୍ରପତିଙ୍କ ସଚିବ, ଗୃହସଚିବ ଏବଂ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଚୟନ କରାଯାଇଥିବା ୩ରୁ ୪ ଜଣ ପ୍ରତିଷ୍ଠିତ ବ୍ୟକ୍ତି ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?