ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ ‘ବି’ର ପ୍ରଥମ ମ୍ୟାଚରେ ଗୁରୁବାର ଦେବଗଡ ଫୁଟବଲ କ୍ଲବକୁ ୧-୦ ଗୋଲରେ ପରସ୍ତ କରି କୋଲକାତାର ହୁଗୁଳି ଫୁଟବଲ ଏକାଡେମୀ ବିଜୟୀ ହୋଇଛି। ମ୍ୟାଚକୁ ରେଫରୀ ଭାବେ ଅଶ୍ୱିନୀ କୁମାର ବେରିହା, ଅରୁଣ କୁମାର ଭୋଇ, ନୀଳ ନାୟକ ଓ ଦେବରାଜ ନାଗ, ରାଜନ ଝାଙ୍କର ପରିଚାଳନା କରିଥିଲେ। ମ୍ୟାଚ କମିଶନର ଭାବେ ହେମନ୍ତ କୁମାର ମହାପାତ୍ର ଦାୟିତ୍ୱ ତୁଲାଇଥିଲେ। କ୍ଲବର ସଭାପତି ସୁବାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ପୁରସ୍କାର ବିତରଣୀ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ସମ୍ମାନିତ ଅତିଥି ଭାବେ ଦେବଗଡ ଜିଲା ପରିଷଦ ଅଧ୍ୟକ୍ଷା ସୁଧାମୟୀ ପଟେଲ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରଞ୍ଜିିତ କୁମାର ପଟେଲ, ଡେପୁଟି କମାଣ୍ଡେଣ୍ଟ ଭବାନୀ ଶଙ୍କର ସେଠ, ଜିଲା କ୍ରୀଡା ସଂସଦର ସମ୍ପାଦକ ଧିରେନ୍ଦ୍ର କୁମାର ନାୟକ, ଆଇନଜୀବୀ ସଚ୍ଚିକାନ୍ତ ଦାଶ ଓ ଶବ୍ୟସାଚୀ କପରଦାର ପ୍ରମୁଖ ମଞ୍ଚାସୀନ ରହିଥିଲେ। ସୁଜୟ ସୋରେନଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିବା ସହ ଆୟୋଜକ ଏବଂ ଉପସ୍ଥିତ ଦର୍ଶକମାନଙ୍କୁ ଉତ୍ସାହିତ କରିଥିଲେ। ବେଣୁଧର ଗଡନାୟକ ମ୍ୟାଚର ଧାରାବିବରଣୀ ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟ ଆୟୋଜନରେ ଅଲେଖ ନାଏକ, କିଶୋର ରାୟ, ପୁରୁଷୋତମ ସ୍ବାଇଁ, ସୁଧିର ଦାସ, ଡିଲେଶ୍ୱର ସ୍ବାଇଁ, ରାଘବ ମହାରଣା, ପ୍ରଦୀପ ସାହୁ, ବିକାଶ କୁମାର ଅଗ୍ରୱାଲ, ରୂପକ ମାଝି, ମଛିନ୍ଦ୍ର ନାୟକ, ସଞ୍ଜିବ ନାୟକ, ଯୋଗେଶ ନାୟକ, ଅନନ୍ତ ମେହେର ଓ ଜୟକୃଷ୍ଣ ସାମଲଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ସକ୍ରୀୟ ସହଯୋଗ କରୁଛନ୍ତି। ଶୁକ୍ରବାର ପୁଲ ‘ବି’ର ଦ୍ୱିତୀୟ ମ୍ୟାଚ ଝାଡ଼ଖଣ୍ଡର ଧାନବାଦ ଫୁଟବଲ ଏକାଡେମୀ ଓ ଅନୁଗୋଳ ଜିଲାର ନାଲକୋ ଜେଆରଏଫ୍‌ସି ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ପ୍ରଧାନପାଟ କ୍ଲବ ସମ୍ପାଦକ ବିକାଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri