Posted inଖେଳ

ସର୍ବନିମ୍ନ ସ୍କୋରରେ ଅଲଆଉଟ୍‌ ହେଲା ଆମେରିକା

କିର୍ଟିପୁର(ନେପାଳ),୧୨।୨- ଆମେରିକା କ୍ରିକେଟ ଦଳ ବୁଧବାର ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହୋଇଛି। ଦଳ ଦିନିକିଆ ଇତିହାସର ଯୁଗ୍ମ ସର୍ବନିମ୍ନ ସ୍କୋରରେ ଅଲଆଉଟ୍‌ ହୋଇଯାଇଛି। ଏଠାରେ ଚାଲିଥିବା ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ଲିଗ୍‌ ଦ୍ୱିତୀୟ ପର୍ଯ୍ୟାୟରେ ନେପାଳ ବିପକ୍ଷ ମ୍ୟାଚ୍‌ରେ ଆମେରିକା ୩୫ ରନ୍‌ରେ ସୀମିତ ରହିଛି। ପୂରା ଦଳ ମାତ୍ର ୧୨ ଓଭର ଖେଳିବାକୁ ସକ୍ଷମ ହୋଇଥିଲା। ଓପନର ଜାଭିୟର ମାର୍ଶଲ ୧୬ ରନ୍‌ ସହ ସର୍ବାଧିକ ସ୍କୋରର ଥିଲେ। ଅନ୍ୟ ୯ ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ଏଥିରେ ୪ ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ଖାତା ଖୋଲିପାରି ନ ଥିଲେ। ଆଇପିଏଲରେ ଖେଳିସାରିଥିବା ନେପାଳ ସ୍ପିନର ସନ୍ଦୀପ ଲାମିଚାନେ ୬ ଓଭରରେ ୧୬ ବ୍ୟୟରେ ୬ ଉଇକେଟ ନେଇଥିଲେ। ବଳକା ୪ ଉଇକେଟ ହାତେଇଥିଲେ ସୁଶାନ ଭରି। ପୂର୍ବରୁ ଜିମ୍ବାଓ୍ବେ ଦଳ ୨୦୦୪ରେ ଶ୍ରୀଲଙ୍କା ବିପକ୍ଷରେ ୩୫ ରନ୍‌ରେ ହିଁ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri