Posted inଖେଳ

ସର୍ବଭାରତୀୟ ଦିବାରାତ୍ର ଭଲିବଲ: ଦିଲ୍ଲୀ ଚାମ୍ପିୟନ

ଧର୍ମଶାଳା,୪ା୨(ଡି.ଏନ୍‌.ଏ.)-
ଧର୍ମଶାଳା ବ୍ଲକ କମାଗଡ଼ ଖେଳ ପଡିଆରେ ସର୍ବଭାରତୀୟ ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟର ଫାଇନାଲ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚେନ୍ନାଇକୁ ୩-୦ ସେଟ୍‌ରେ ପରାସ୍ତ କରି ଦିଲ୍ଲୀ ଟିମ୍‌ ଚାମ୍ପିୟନ ହୋଇଛି। ଏଚଏମ୍‌ଟି କ୍ଲବ କମାଗଡ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟରେ ଦିଲ୍ଲୀ, ଚେନ୍ନାଇ, ମୁମ୍ବାଇ ଓ ଓଡ଼ିଶା ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ଟିମ୍‌ ପରସ୍ପରକୁ ଭେଟିଥିବାବେଳେ ଦିଲ୍ଲୀ ଓ ଚେନ୍ନାଇ ଦଳ ଫାଇନାଲରେ ପ୍ରବେଶ କରିଥିଲେ। ଏହି ଟୁର୍ନାମେଣ୍ଟରେ ପ୍ରତ୍ୟେକ ମ୍ୟାଚ ଚିତ୍ତାକର୍ଷକ ହୋଇଥିବାବେଳେ ଖେଳକୁ ଉପଭୋଗ କରିବା ପାଇଁ ହଜାର ହଜାର ସଂଖ୍ୟାରେ ଦର୍ଶକଙ୍କ ଭିଡ଼ ଜମିଥିଲା। ଖେଳକୁ ଜାତୀୟ ରେଫରି ନିରଞ୍ଜନ ବେହେରା ଓ ସହଯୋଗୀମାନେ ପରିଚାଳନା କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ ଅତିଥିଭାବେ ଯୋଗଦେଇ ବିଜୟୀ ଓ ରନର୍ସଅପ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri