ଦେବଗଡ,୧୦।୧(ଡି.ଏନ.ଏ)-ସର୍ବଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ପାଇଁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସର୍ବଭାରତୀୟ ପ୍ରତିଯୋଗିତା ଜାନୁୟାରୀ ୧୦ରୁ ଆରମ୍ଭ ହେବ। ୧୫ତାରିଖ ପର୍ଯ୍ୟନ୍ତ ଦୀର୍ଘ ୬ଦିନ ଧରି ଏହା ଆୟୋଜନ କରିବାକୁ ନିଷ୍ପତି ହୋଇଛି। ଆୟୋଜକ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜିଲା ଓ ଜିଲା ବାହାରୁ ନାଟକ ଓ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ବ୍ୟକ୍ତିତ୍ୱମାନଙ୍କୁ ଅନୁଷ୍ଠାନ ପକ୍ଷରୁ ‘ଜାଗରଣ ସମ୍ମାନ’ରେ ସମ୍ମାନିତ କରାଯିବ। ସ୍ଥାନୀୟ ଟାଉନ ହଲଠାରେ ୧୦ତାରିଖ ଶୁକ୍ରବାର ଉଦ୍ଘାଟନୀ ସନ୍ଧ୍ୟାରେ ପ୍ରଥମ ନାଟକ ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର ଦ୍ୱାରା ସୁବାସ ଚନ୍ଦ୍ର ପ୍ରଧାନଙ୍କ ରଚିତ ଓ ନିର୍ଦ୍ଦେଶିତ ଓଡିଆ ନାଟକ ‘ସ୍ମାଇଲ ପ୍ଲିଜ’ପରିବେଷଣ କରାଯିବ। ସେହିପରି ଝାଡ଼ଖଣ୍ଡର ଝାଡ଼ଖଣ୍ଡ ସାଂସ୍କୃତିକ ମଞ୍ଚ ଦ୍ୱାରା ସୁନୀଲ ରାଜଙ୍କ ରଚିତ ଓ ଶିବଲାଲ ସାଗରଙ୍କ ନିର୍ଦ୍ଦେଶିତ ହିନ୍ଦୀ ନାଟକ ‘ସମ୍ବୋଧନ’ ପରିବେଶିତ ହେବ। ୧୧ ତାରିଖ ଦ୍ୱିତୀୟ ସନ୍ଧ୍ୟାରେ ଜାମସେଦପୁରର ସାଗର ଏକଟିଂ ଇନ୍ସଟିଚ୍ୟୁଟ ଦ୍ୱାରା ଡକ୍ଟର ସରକାର ସେସାଙ୍କ ରଚିତ ଓ ପ୍ରତିତୀ ସାଗରଙ୍କ ନିର୍ଦ୍ଦେଶିତ ହିନ୍ଦୀ ନାଟକ ‘ଘରୋନ୍ଦା’ ଓ ସୋନପୁରର ବୀଣାପାଣି ସାହିତ୍ୟ କଳା ସଂସଦ ଦ୍ୱାରା ସୁମନ୍ତ ଭୋଇଙ୍କ ରଚିତ ଓ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘ନାଇଟ ହସ୍ପିଟାଲ’ମଞ୍ଚସ୍ଥ ହେବ। ୧୨ ତାରିଖ ତୃତୀୟ ସନ୍ଧ୍ୟାରେ ସମ୍ବଲପୁରର ଆର୍ଟିଷ୍ଟ ଆସୋସିଏଶନ ପରିଚୟ ଦ୍ୱାରା ଶଙ୍କର ତ୍ରିପାଠୀଙ୍କ ରଚିତ ତଥା ପ୍ରଶାନ୍ତ ମହାରଣାଙ୍କ ଅନୁବାଦିତ ଓ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘ବାଗଡି’ ଓ ପଦ୍ମପୁରର ‘ଲୁ’ ଦ୍ୱାରା ଅଶୋକ ମିଶ୍ରଙ୍କ ରଚିତ ତଥା ଅଧ୍ୟାପକ କେଶବରଞ୍ଜନ ପ୍ରଧାନଙ୍କ ଅନୁବାଦିତ ଓ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘ଗାନ୍ଧୀ ଛକ’,୧୩ ତାରିଖ ଚତୁର୍ଥ ସନ୍ଧ୍ୟାରେ ମଧ୍ୟପ୍ରଦେଶ ଭୋପାଳର ନିଲେଶ ତିଫ୍ବାରୀ ଶିକ୍ଷା ଏବମ୍ ସମାଜ କଲ୍ୟାଣ ସମିତି ଦ୍ୱାରା ଅଭୟ ଦୁବେଙ୍କ ରଚିତ ଓ ନିର୍ଦ୍ଦେଶିତ ହିନ୍ଦୀ ନାଟକ ‘କେନଛୁଲି’ ଓ ବରଗଡ ଜିଲା ସୋହେଲାର ଡ୍ରାମା ଚେତନା ଦ୍ୱାରା ନାଟ୍ୟରଶ୍ମୀ ଅଶୋକ ବହିଦାରଙ୍କ ରଚିତ ଓ ଡ. ତୁଷାରକାନ୍ତ ସାହୁଙ୍କ ନିର୍ଦ୍ଦେଶିତ ସମ୍ବଲପୁରୀ ନାଟକ ‘ରଘୁପତି ରାଘବ ରାଜାରାମ’ମଞ୍ଚସ୍ଥ ହେବ। ୧୪ ତାରିଖ ପଞ୍ଚମ ସନ୍ଧ୍ୟାରେ ମଣିପୁର ଇମ୍ଫାଲର ଲେଇସାରେମବି ଆର୍ଟ ଏଣ୍ଡା କଲଚୁରାଲ ଏସୋସିଏସନ ଦ୍ୱାରା ଡକ୍ଟର କେ.ବି. ଶର୍ମାଙ୍କ ରଚିତ ଓ ୟୁ.ୟୁ.ସମରେନ୍ଦ୍ରଙ୍କ ନିର୍ଦ୍ଦେଶିତ ମଣିପୁରୀ ନାଟକ ‘ଓମ୍ ଶାନ୍ତି’ ଓ ରାଉରକେଲାର ସ୍ବସ୍ତି ଝଙ୍କାର ଦ୍ୱାରା ସର୍ମିଷ୍ଠା କବି ଶତପଥିଙ୍କ ରଚିତ ଓ ରାଜୀବ ପାଣିଙ୍କ ନିର୍ଦ୍ଦେଶିତ ଓଡିଆ ନାଟକ ‘ଗଛ’ ମଞ୍ଚସ୍ଥ ହେବ ା ସେହିପରି ୧୫ ତାରିଖ ଅନ୍ତିମ ସନ୍ଧ୍ୟାରେ ଭୁବନେଶ୍ୱରର ବିଦ୍ୟା କନକ ସୃଜନ ଅନୁଷ୍ଠାନ ଦ୍ୱାରା ପ୍ରାଣଭନ୍ଧୁ କରଙ୍କ ରଚିତ ଓ ଜଗଦିଶ ପ୍ରସାଦ ମହାରଣାଙ୍କ ନିର୍ଦ୍ଦେଶିତ ଓଡିଆ (ପ୍ରଦର୍ଶନୀ) ନାଟକ ‘ଆଶାନ୍ତ’ମଞ୍ଚସ୍ଥ ହେବ ବୋଲି ଜଣାପଡିଛି। ଏଥିସହ ପ୍ରତ୍ୟେକ ସନ୍ଧ୍ୟାରେ ୨ଟି ଲେଖାଏଁ ନାଟକ ମଞ୍ଚସ୍ଥ ହେବା ପରେ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଚଳିତବର୍ଷ ପ୍ରଥମ ଥର ପାଇଁ ପ୍ରତ୍ୟେକ ନାଟକ ପରେ ଦର୍ଶକମାନଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ଏହାପରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହେବ ବୋଲି ଆୟୋଜକ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ର ସାଧାରଣ ସମ୍ପାଦକ ସୁଜିତ କୁମାର ପାତ୍ର ସୂଚନା ଦେଇଛନ୍ତି।
ସର୍ବଭାରତୀୟ ନାଟକ, ନୃତ୍ୟ ପ୍ରତିଯୋଗିତା ଆଜି: ଓଡ଼ିଆ, ହିନ୍ଦି, ମଣିପୁରୀ ନାଟକ ମଞ୍ଚସ୍ଥ ହେବ
Posted inଆମ ଜିଲା ଖବର, ଦେବଗଡ଼ View All
ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି
ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…
ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର
ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…
ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…
ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ
ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…
ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ
କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…
କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…
ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା
ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…
ଏସ୍ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…
Archives

