ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଭାଗନେଇଥିବା ଓଡ଼ିଶା ଦଳ ତୃତୀୟ ସ୍ଥାନ ଅଧିକାର କରିଥିଲା। ଓଡ଼ିଶା ପୋଲିସ ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ପୋଲିସ ବ୍ୟାଣ୍ଡ ଦଳ ଏହି ସଫଳତା ହାସଲ କରିଛି। ଏହି ଦଳ ଓଡ଼ିଶା ଫେରିବା ପରେ ଶନିବାର ଅପରାହ୍ନରେ କଟକ ପୋଲିସ ମୁଖ୍ୟାଳୟକୁ ଯାଇ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କୁ ସୌଜନ୍ୟ ସାକ୍ଷାତ କରିଥିଲେ। ଏହି ଅବସରରେ ଡିଜିପି ଅଭୟ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତରେ ଆହୁରି ଅଧିକ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇଜି ଯତିନ୍ଦ୍ର କୋଏଲ୍‌, ଏଆଇଜି ବିବେକାନନ୍ଦ ଶର୍ମା ଏବଂ ରବିନାରାୟଣ ବେହେରା ଉପସ୍ଥିତ ଥିଲେ। କ୍ରୀଡ଼ା ଅଧିକାରୀ ବିଭୁତି ଭୂଷଣ ମହାରଣା ଓ ସହକାରୀ ଦୁର୍ଗପତି ଦୀପକ କୁମାର ଗଡ଼ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri