Posted inଖେଳ

ସର୍ବଭାରତୀୟ ଫୁଟ୍‌ବଲ: କେରଳ ଚାମ୍ପିୟନ

ନୟାଗଡ଼ ଅଫିସ,୯ା୧୨-  ୭୮୬ ୟୁଥ୍‌ କ୍ଲବ ସିଦୂରିଆ ଓ ଜିଲା ଆଥ୍‌ଲେଟିକ ଆସୋସିଏଶନର ମିଳିତ ଆନୁକୁଲ୍ୟରେ ସର୍ବଭାରତୀୟ ନୟାଗଡ଼ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ରବିବାର ଫାଇନାଲ୍‌ ମ୍ୟାଚ୍‌ ଟାଟା ଫୁଟବଲ ଏକାଡ଼େମୀ, ଜାମସେଦପୁର ଓ କେରଳ ଇଲେକ୍ଟ୍ରିସିଟି ବୋର୍ଡ଼ ମଧ୍ୟରେ ଅନୁଷ୍ଠିତ ହୋଇଛି। ଏଥିରେ କେରଳ ଦଳ ୧-୦ ଗୋଲ୍‌ରେ ଟାଟାକୁ ହରାଇ ଚାମ୍ପିୟନ୍‌ ଟ୍ରଫି ହାସଲ କରିଛି। ପ୍ରଥମାର୍ଦ୍ଧରେ କେରଳ ଦଳର ୨୦ ନମ୍ବର ଖେଳାଳି ଏଲଡୋହୋସ ଜର୍ଜ ଏକ ଗୋଲ୍‌ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ଏହା ପରେ କୌଣସି ଗୋଲ୍‌ ସ୍କୋର ହୋଇ ନ ଥିଲା। ଖେଳ ପୂର୍ବରୁ ପଡ଼ିଆରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଅତ୍ୟାଧୁନିକ ଡ୍ରିଲ ପରିବେଷଣ ହୋଇଥିଲା। ଉଦ୍‌ଯାପନୀ ଉତ୍ସବରେ କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲାପାଳ ଡ. ପୋମା ଟୁଡ଼ୁ, ଏସ୍‌ପି ଶଶିଭୂଷଣ ଶତପଥୀ, ପିଡି ସୁବାଷ ଚନ୍ଦ୍ର ରାୟ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। କେରଳ ଦଳକୁ ଚାମ୍ପିୟନ ଟ୍ରଫି ସହିତ ୩୦ ହଜାର ଟଙ୍କା, ଟାଟା ଦଳକୁ ରନର୍ସ ଅପ୍‌ ଟ୍ରଫି ସହିତ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। କେରଳ ଦଳର ୧୦ ନମ୍ବର ଖେଳାଳି ଭିକି ମ୍ୟାନ ଅଫ ଦି ମ୍ୟାଚ୍‌ ଓ ମ୍ୟାନ ଅଫ ଦି ସିରିଜ ବିବେଚିତ ହୋଇଥିଲେ। ମୁଖ୍ୟ ରେଫରି ଭାବେ ରାଜୁ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ଶେଷଦେବ ବେହେରା, କିର୍ତ୍ତୀରଞ୍ଜନ ସ୍ବାଇଁ, ଭୀମ ଛତ୍ରୀ ଲାଇନ୍‌ରେ ସହାୟତା କରିଥିଲେ। ଟୁର୍ନାମେଣ୍ଟର କ୍ଲବ ସଦସ୍ୟ ଶେଖ ୟୁସୁବ୍‌, ଅନୱର ଅଲ୍ଲୀ, ହଜରତ ଅଲ୍ଲୀ ଖାଁ, ଶେଖ ନଇମ, ସରିଫ ଖାଁ, ପ୍ରମୋଦ ପଟ୍ଟନାୟକ ଉପସ୍ଥିତଥିଲେ। ଶେଖ ଅବଦୁଲ ଖାଲିକ, ଆଶୁତୋଷ ମିଶ୍ର ଓ ଗଣେଶ୍ୱର ମିଶ୍ର ଧାରା ବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri