ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ସୋନାଲୀ

ଅନୁଗୋଳ ଅଫିସ, ୯।୧ – ଧୀରେ ଧୀରେ ବଢ଼ୁଥିବା ପ୍ରଦୂଷଣ ସମସ୍ୟାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ଉପରେ ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ନିଜ ପ୍ରକଳ୍ପ ପ୍ରଦର୍ଶନ କରି ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି ଅନୁଗୋଳର ଛାତ୍ରୀ ସୋନାଲୀ ମିଶ୍ର। ଉତ୍ତରପ୍ରଦେଶର କାନପୁର ଠାରେ ଅନୁଷ୍ଠିତ ଉକ୍ତ ପ୍ରଦର୍ଶନୀରେ ସୋନାଲୀଙ୍କୁ ମିଳିଛି ଏହି ସଫଳତା। ଏହା ପୂର୍ବରୁ ପୂର୍ବ ଭାରତ ବିଜ୍ଞାନ ପ୍ରଦର୍ଶନୀରେ ମଧ୍ୟ ତାଙ୍କର ଏହି ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଥିଲା।
ସୋନାଲୀ ଅନୁଗୋଳ ଗାନ୍ଧୀମାର୍ଗସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଯୁକ୍ତ ୨ ବିଜ୍ଞାନର ପ୍ରଥମ ବର୍ଷ ଛାତ୍ରୀ। ତାଙ୍କ ପୈତୃକ ଘର ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ପାଇକ ପୁରୁଣାକୋଟ ପଞ୍ଚାୟତର ନରହରିପୁର ଶାସନ। ବାପା ପ୍ରକାଶ ମିଶ୍ର ଅନୁଗୋଳର ଏକ ଘରୋଇ କମ୍ପାନୀରେ କାର୍ଯ୍ୟକରୁଥିବାରୁ ମା’ ମମତା ମିଶ୍ର ଓ ସାନ ଭାଇଙ୍କ ସହ ସେ ଅନୁଗୋଳର ହାତୀଶାଳପଡ଼ାରେ ରହୁଛନ୍ତି। ତାଙ୍କଦ୍ୱାରା ନିର୍ମିତ ଉକ୍ତ ପ୍ରକଳ୍ପ ମୁଖ୍ୟତଃ ଯାନବାହନ ଦ୍ୱାରା ହେଉଥିବା ପ୍ରଦୂଷଣକୁ ରୋକିପାରିବ ବୋଲି ସୋନାଲୀ ଦାବି କରିଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ସମସ୍ୟାକୁ କିପରି ଅତି ସହଜରେ ଓ ସ୍ବଳ୍ପଖର୍ଚ୍ଚରେ ନିୟନ୍ତ୍ରଣ କରାଯିବ ତାହାକୁ ନେଇ ଚିନ୍ତା କରିଥିଲେ। ସ୍କୁଲର ବିଜ୍ଞାନ ଶିକ୍ଷକଙ୍କ ସାହାଯ୍ୟ ନେଇ ନିଜ ଜ୍ଞାନକୌଶଳ ସହାୟତାରେ ସେ ଉକ୍ତ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ତାଙ୍କ ଦ୍ୱାରା ନିର୍ମିତ ମେଶିନ୍‌ ରାସ୍ତା ପାର୍ଶ୍ୱରେ ସମ୍ପୂର୍ଣ୍ଣ ସୋଲାର ସିଷ୍ଟମରେ ଚାଲିବ। ଯାନବାହନ ଦ୍ୱାରା ହେଉଥିବା ପ୍ରଦୂଷଣକୁ ତାହା ଶୋଷିନେଇ ସେଠାରେ ପାଣିରେ ମିଶାଇବ। ପରେ ଉକ୍ତ ପାଣିକୁ ମଶାମାରିବା କାର୍ଯ୍ୟରେ ବ୍ୟବହାର କରାଯିବ। ଯୁବ ବୈଜ୍ଞାନିକ ଭାବେ ପୁରସ୍କୃତ ହେବା ନେଇ ସେ ବେଶ୍‌ ଖୁସି ଅଛନ୍ତି। ତାଙ୍କର ଏହି ସଫଳତା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପରିବାର ଲୋକଙ୍କ ନିକଟକୁ ଅନେକ ଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଛି। ତାଙ୍କ ମଡେଲକୁ ସରକାରୀ କିମ୍ବା ଶିଳ୍ପ ସଂସ୍ଥାଗୁଡିକ ବ୍ୟବହାର କରି ପ୍ରଦୂଷଣ ନିୟନ୍ତ୍ରଣ ଦିଗରେ କାର୍ଯ୍ୟ କରିବେ ବୋଲି ସୋନାଲୀ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri