ସର୍ବସାଧାରଣଙ୍କ ପାଇଁ ୫ରୁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଆସନ୍ତା ୫ତାରିଖରୁ ରାଜଭବନ ଉଦ୍ୟାନ ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ଖୋଲିବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅନୁମତି କ୍ରମେ ଜାନୁୟାରୀ ୫ରୁ ୨୦ ତାରିଖ ପର୍ଯ୍ୟନ୍ତ ରବିବାର ଓ ଛୁଟିଦିନରେ ମଧ୍ୟ ଉଦ୍ୟାନ ଖୋଲା ରହିବ। ପ୍ରତ୍ୟହ ଅପରାହ୍ନ ୨ଟା ୩୦ଟାରୁ ୫ଟା ମଧ୍ୟରେ ସର୍ବସାଧାରଣ ରାଜଭବନ ଉଦ୍ୟାନ ବୁଲିପାରିବେ। ତେବେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅନୁରୋଧ ଆଧାରରେ ଛାତ୍ରୀଛାତ୍ରମାନେ ୬ରୁ ୨୧ ତାରିଖ ପର୍ଯ୍ୟନ୍ତ ରବିବାର ବ୍ୟତୀତ ପ୍ରତ୍ୟହ ସକାଳ ୮ଟା ୩୦ ରୁ ୧୦ଟା ମଧ୍ୟରେ ଉଦ୍ୟାନ ବୁଲି ଦେଖିପାରିବେ। ଏଥିନିମନ୍ତେ ବିଦ୍ୟାଳୟ କର୍ତ୍ତୃପକ୍ଷ ରାଜ୍ୟପାଳଙ୍କ ଏଡିସି କିମ୍ବା ରାଜଭବନ ନିରାପତ୍ତା ଦାୟିତ୍ୱରେ ଥିବା ଏସିପିଙ୍କୁ ଅନୁରୋଧପତ୍ର ପ୍ରେରଣ କରିବାକୁ କୁହାଯାଇଛି। ରାଜଭବନର ସବୁଜ ଲନ୍‌, ହରିଣ ଉଦ୍ୟାନ, ସଙ୍ଗୀତମୟ ଝରଣା, ଖୋଲା ଆକ୍ୱାରିୟମ୍‌ ଏବଂ ପକ୍ଷୀ ଏନ୍‌କ୍ଲୋଜର ସର୍ବସାଧାରଣଙ୍କ ପାଇଁ ଆକର୍ଷଣର କେନ୍ଦ୍ର। ନିର୍ଦ୍ଧାରିତ ସମୟ ନିର୍ଘଣ୍ଟ ମଧ୍ୟରେ ରାଜଭବନକୁ ଭିଡ଼ ମୁକ୍ତ ହୋଇ ସହଜରେ ପ୍ରବେଶ କରିବା ଲାଗି ‘ରାଜଭବନ ଓଡ଼ିଶା’ ନାମରେ ଏକ ମୋବାଇଲ୍‌ ଆପ୍‌ ପ୍ରସ୍ତୁତ କରାଯାଇଛି। ରାଜଭବନ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌ ଗୁଗଲ୍‌ ପ୍ଲେ ଷ୍ଟୋର୍‌ରେ ଆଣ୍ଡ୍ରଏଡ ଫୋନ୍‌ ବ୍ୟବହାରକାରୀଙ୍କ ପାଇଁ ଉପଲବ୍ଧ ହେବ। ଏହି ମୋବାଇଲ୍‌ ଆପ୍‌ ଦ୍ୱାରା ସେମାନେ କ୍ୟୁଆର୍‌ କୋଡ୍‌ ପ୍ରବେଶପତ୍ର ସ୍ମାର୍ଟଫୋନ୍‌ରେ ପ୍ରସ୍ତୁତ କରିପାରିବେ, ଯାହା ରାଜଭବନ ମୁଖ୍ୟ ଫାଟକରେ ସ୍କାନିଂ ଦ୍ୱାରା ଭିଡ଼ ମୁକ୍ତ ପ୍ରବେଶ ହୋଇପାରିବ। ତଥାପି ରାଜଭବନ ଅଭ୍ୟର୍ଥନା ପ୍ରକୋଷ୍ଠ ନିକଟରେ ରେଜିଷ୍ଟର ମାଧ୍ୟମରେ ହାତ ପ୍ରସ୍ତୁତ ପ୍ରବେଶପତ୍ର ସର୍ବସାଧାରଣଙ୍କ ନିମନ୍ତେ ଉପଲବ୍ଧ ରହିବ। ରାଜଭବନ ମଧ୍ୟକୁ ଟିଫିନ୍‌ ବକ୍ସ, ଖାଦ୍ୟ ପୁଡ଼ିଆ, ପାଣି ବୋତଲ ଏବଂ କ୍ୟାମେରା ନ ଆଣିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି। ରାଜଭବନ ଉଦ୍ୟାନକୁ ପରିଷ୍କାର ରଖିବା ସହିତ ଦାୟିତ୍ୱରତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଦାୟିତ୍ୱ ନିର୍ବାହରେ ସହଯୋଗ କରିବାକୁ ମଧ୍ୟ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri