ସର୍ବସାଧାରଣରେ ମଦ ବ୍ୟବହାର ନିଷ୍ପତ୍ତିକୁ ବିରୋଧ

ବ୍ରହ୍ମପୁର ଅଫିସ,୧୭ା୧୧- ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ମାସିକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ପ୍ରଫେସର ଡ. ରବିନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଉପଦେଷ୍ଟା ପ୍ରଫେସର ଡ. ବ୍ରଜମୋହନ ସାସମଲ, ଆଇନ ପରାମର୍ଶଦାତା ଜିତେନ୍ଦ୍ର କୁମାର ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି ରାଧାଚରଣ ନାୟକ, ସାଧାରଣ ସମ୍ପାଦକ ଦୀନବନ୍ଧୁ ଶ୍ରୀପଲ୍ଲବ ପ୍ରମୁଖ ମଞ୍ଚାସୀନ ଥିଲେ। ସାଧାରଣ ସମ୍ପାଦକ ଶ୍ରୀପଲ୍ଲବ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଏଥିସହ ବ୍ରହ୍ମପୁର ଷ୍ଟେଶନ ମ୍ୟାନେଜରଙ୍କ ଜରିଆରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏବଂ ରେଳମନ୍ତ୍ରୀଙ୍କୁ ଅନୁଷ୍ଠାନ ତରଫରୁ ଦିଆଯାଇଥିବା ଦାବିପତ୍ର ସମ୍ପର୍କରେ ଅବଗତ କରାଇଥିଲେ। ରାଜ୍ୟ ସରକାର ମେଳା, ମହୋତ୍ସବ ଆଦିରେ ମଦ ବ୍ୟବସାୟ କରାଯାଇପାରିିବ ବୋଲି ନିଷ୍ପତ୍ତି ନେଇଛନ୍ତି। ମଦ କାରବାରକୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ ମହିଳାମାନେ ବିରୋଧ କରୁଛନ୍ତି। ଏଭଳି ସ୍ଥିତିରେ ସରକାରଙ୍କ ଏପରି ବ୍ୟବସ୍ଥାକୁ ମଞ୍ଚ ପକ୍ଷରୁ ବିରୋଧ କରାଯାଇଛି। ଏହା ଅତ୍ୟନ୍ତ ନିନ୍ଦନୀୟ ବୋଲି ମଞ୍ଚ ପକ୍ଷରୁ କୁହାଯିବା ସହ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରି ଗଣ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ବୈଠକରେ କୋଷାଧ୍ୟକ୍ଷ ନରସିଂହ ପାଣିଗ୍ରାହୀ, ସଂଗଠନ ସମ୍ପାଦକ ଚିତ୍ତରଞ୍ଜନ ପଣ୍ଡା, ଉପସଭାପତି ଗୋପାଳକୃଷ୍ଣ ପାଢୀଙ୍କ ସମେତ ଡା. ପ୍ରାଣଚାନ୍ଦ ପଣ୍ଡା, ହାଡିବନ୍ଧୁ ମାଳୀ, ପ୍ରମୋଦିନୀ ପଣ୍ଡା, ସ୍ବର୍ଣ୍ଣପ୍ରଭା ମିଶ୍ର, ଆଶୁତୋଷ ପାତ୍ର, ବିଚିତ୍ରାନନ୍ଦ ବେବର୍ତ୍ତା, ତ୍ରିନାଥ ପଣ୍ଡା, ଲଡୁକେଶ ମିଶ୍ର, ସୁବାସ ଚନ୍ଦ୍ର ସୁବୁଦ୍ଧି, ବିଜୟ କୁମାର ସାହୁ, ଇ.ଡିଲେଶୁ ରେଡ୍ଡୀ, ଶ୍ୟାମାପ୍ରସାଦ ପାଢୀ, ଗୌରୀ ଶଙ୍କର ପଟ୍ଟନାୟକ, ଜଗଦୀଶ୍ୱର ନାୟକ, ଅଜିତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?