Posted inଜାତୀୟ

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। କାରଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ପ୍ରତିବନ୍ଧକ ଦେଖାଯାଇଛି। ସରଯୁ ନଦୀକୂଳ ମିର୍‌ପୁର ଅଞ୍ଚଳରେ ଏଥିପାଇଁ ଜମି ଅଧିଗ୍ରହଣ ହେବାକୁ ଥିବାବେଳେ ପ୍ରସ୍ତାବିତ ଜମିରେ ୫ଟି ମନ୍ଦିର, ୨୨ଜଣଙ୍କର ବ୍ୟକ୍ତିଗତ ଜମି, ୫୧୭ଟି ଗଛ ଓ ୧୬୫ଟି ଘର ରହିଛି। ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୮୫ ପ୍ରତିଶତ ଲୋକ ଜମି ଛାଡ଼ିବାକୁ ରାଜି ହେଉନାହାନ୍ତି। ସେମାନଙ୍କ ପ୍ରତିବାଦ ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଉକ୍ତ ସ୍ଥାନ ବଦଳରେ ଜାତୀୟ ରାଜପଥ ପାର୍ଶ୍ୱରୁ ଜମି ଅଧିଗ୍ରହଣ କରିବାକୁ ଏବଂ ବିସ୍ଥାପିତ ହେବାକୁ ଥିବା ଲୋକଙ୍କୁ ଅନ୍ୟତ୍ର ଥଇଥାନ କରାଇବା ପାଇଁ ସରଯୁ କଲୋନି ବାସିନ୍ଦା ସଂଘ ପକ୍ଷରୁ କୁହାଯାଇଛି। ବିବାଦ ଏବେ ହାଇକୋର୍ଟରେ ପହଞ୍ଚତ୍ଛି।
ସରଯୁ ନଦୀକୂଳରେ ୧୦୦ ଏକର ଜମି ଉପରେ ରାମଙ୍କ ପ୍ରତିମୂର୍ତ୍ତି ପ୍ରକଳ୍ପ ନିର୍ମାଣ ପରିକଳ୍ପନା କରାଯାଇଥିଲା। ୫୦ ମିଟର ଉଚ୍ଚ ପ୍ଲାଟଫର୍ମ ଉପରେ ନିର୍ମିତ ଏହି ମୂର୍ତ୍ତିର ଉଚ୍ଚତା ୨୫୧ ମିଟର ହେବ, ଯାହାକି ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତିର ମାନ୍ୟତା ପାଇବ। ଉକ୍ତ ପ୍ରତିମୂର୍ତ୍ତି ତଳେ ରାମ ମ୍ୟୁଜିୟମ ନିର୍ମାଣ ହେବ ଯେଉଁଠାରେ ଭଗବାନ ବିଷ୍ଣୁଙ୍କ ସମସ୍ତ ଅବତାର ପ୍ରଦର୍ଶିତ ହେବ। ଏହି ଡିଜିଟାଲ ମ୍ୟୁଜିୟମରେ ଫୁଡ୍‌ ପ୍ଲାଜା, ଲାଇବ୍ରେରି, ଫଟୋ ଗ୍ୟାଲେରି ଆଦି ରହିବ। ଉତ୍ତରପ୍ରଦେଶ ପର୍ଯ୍ୟଟନ ବିଭାଗ ଜମି ଅଧିଗ୍ରହଣ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା ଲାଗି ସେ ୩ ତାରିଖରେ ଅଯୋଧ୍ୟା ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri