ସଲ୍‌ମାନ ଭାଣିଜୀଙ୍କୁ କିସ୍‌ କରୁଥିବାର ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲ୍‌ମାନ ଖାଁ ତାଙ୍କ ଭଉଣୀ ଅର୍ପିତାଙ୍କ ପିଲାମାନଙ୍କ ସହ ବେଶ୍‌ କୌତୁକିଆ ଢଙ୍ଗରେ ବେଳେବେଳେ ନଜରକୁ ଆସନ୍ତି। ଏଥର ତାଙ୍କ ଜନ୍ମଦିନ ଅବସରରେ ଅର୍ପିତା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିବା ବେଳେ ସେବେଠାରୁ ଭାଣିଜୀଙ୍କ ସହ ସଲ୍‌ମାନଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏବେ ଅର୍ପିତା ଏମିତି ଏକ ଭିଡିଓ ଶେୟାର କରିଛନ୍ତି, ଯାହା ଭାଇରାଲ ହୋଇଛି। ଉକ୍ତ ଭିଡିଓରେ ସଲ୍‌ମାନ, ଭାଣିଜୀ ଆୟତଙ୍କୁ କିସ୍‌ କରୁଥିବା ଦେଖିବାକୁ ମିଳିଛି। ଅର୍ପିତା ଏହି ଭିଡିଓ ଶେୟାର କରିବା ସହ ଲେଖିଛନ୍ତି, ମାମୁ ଆମେ ତୁମକୁ ବହୁତ ଭଲପାଉ। ଯଦିଓ ଆୟତ ଏବେ କଥା କହିନାହାନ୍ତି ହେଲେ ତାଙ୍କର ଭାବନାକୁ ମାଆ ଅର୍ପିତା ଶେୟାର କରିଛନ୍ତି ବୋଲି କୁହାଯାଉଛି। ୨୭ ଡିସେମ୍ବର ୨୦୧୯ରେ ଅର୍ଥାତ୍‌ ସଲ୍‌ମାନଙ୍କ ଜନ୍ମଦିନରେ ଅର୍ପିତା ସିଜରିଆନ୍‌ ସେକ୍ସନ୍‌ ମାଧ୍ୟମରେ ଆୟତଙ୍କୁ ଜନ୍ମ ଦେଇଥିବା ବେଳେ ଏପର୍ଯ୍ୟନ୍ତ ଜନ୍ମଦିନରେ ସଲ୍‌ମାନଙ୍କୁ ମିଳିଥିବା ଉପହାର ମଧ୍ୟରେ ଭାଣିଜୀ ଆୟତ ତାଙ୍କ ପାଇଁ ସବୁଠାରୁ ଦାମୀ ଉପହାର ବୋଲି କୁହନ୍ତି ସଲ୍‌ମାନ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri